କଲର୍ଭଟରେ ପିଟି ହେଲା ଯନ୍ତ୍ରୀଙ୍କ କାର: ୪ ଗୁରୁତର

କୋରାପୁଟ,୪ା୪(ଅମିତାଭ ବେହେରା): କୋରାପୁଟ ସହରର ଓଏମ୍‌ପି ନିକଟସ୍ଥ ଏକ କଲର୍ଭଟରେ ଭାରସାମ୍ୟ ହରାଇ ଏକ କାର ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ଗୁରୁତରମାନେ ହେଲେ ନବରଙ୍ଗପୁର ଜିଲାର ଇନ୍ଦ୍ରାବତୀ ପ୍ରକଳ୍ପ ଯନ୍ତ୍ରୀ ସବ୍ୟସାଚୀ ସାହୁ, ମାନୁଆଲ ଟାକ୍ରି, ବାଦଲ ଚୌଧୁରୀ ଓ ରାଜକୁମାର ନାୟକ। ଦୁର୍ଘଟଣା ପରେ କାର ସମ୍ମୁଖ ଭାଗ ଜଳିଯାଇଛି ।

କାରଟି କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ସୁନାବେଡା ଆଡୁ ନବରଙ୍ଗପୁର ଅଞ୍ଚଳକୁ ଦ୍ରୁତ ଗତିରେ ଯାଉଥିଲା। ହେଲେ କାରଟି ଭାରସାମ୍ୟ ହରାଇ ଓଡିଆଗୁଡା ଛକଠାରେ ଥିବା ଏକ କଲର୍ଭଟକୁ ଧକ୍କା ଦେଇଥିଲା ା ଫଳରେ ଗାଡିରେ ଥିବା ଉପରୋକ୍ତ ୪ବ୍ୟକ୍ତି ଗୁରୁତର ହୋଇଥିଲେ । ଖବର ପାଇ ଟାଉନ ଥାନା ପୋଲିସ ଓ ନିକଟରେ ଥିବା ଓଏସ୍‌ଏପି ତୃତୀୟ ବାଟାଲିୟନର ମହେନ୍ଦ୍ର କୁମାରଙ୍କ ସହ ଅନ୍ୟ ସିପାହୀମାନେ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ମେଡିକାଲକୁ ପଠାଇଥିଲେ। ଗୁରୁତରଙ୍କ ଅବସ୍ଥା ସ୍ଥିର ରହିଥିବା ମେଡିକାଲ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri