ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର ବଡ ଡାକ୍ତରଖାନାରେ ପହଞ୍ଚି ଥିଲା। ଅପମୃତ୍ୟୁ ମାମଲା ନଂ. ୧୫/୨୫ ଅନୁଯାୟୀ ତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ସେ ଶୁକ୍ରବାର ଭୀଷ୍ମଗିରି ଗ୍ରାମରେ ରହୁଥିବା ଭଉଣୀ ଘରକୁ ଯାଇଥିଲେ। ରାତିରେ ସେ ଆକସ୍ମିକ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଶନିବାର ପୁର୍ବାହ୍ନ ପ୍ରାୟ ସାଢ଼େ ୧୧ ଟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। କୌଣସି କାରଣରୁ ସେ ମାନସିକ ଭାରସାମ୍ୟ ହରାଇ କୀଟନାଶକ ଖାଇ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ ଏସ.ଆଇ ଜ୍ୟୋତି ରଞ୍ଜନ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri