ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର ବଡ ଡାକ୍ତରଖାନାରେ ପହଞ୍ଚି ଥିଲା। ଅପମୃତ୍ୟୁ ମାମଲା ନଂ. ୧୫/୨୫ ଅନୁଯାୟୀ ତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ସେ ଶୁକ୍ରବାର ଭୀଷ୍ମଗିରି ଗ୍ରାମରେ ରହୁଥିବା ଭଉଣୀ ଘରକୁ ଯାଇଥିଲେ। ରାତିରେ ସେ ଆକସ୍ମିକ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଶନିବାର ପୁର୍ବାହ୍ନ ପ୍ରାୟ ସାଢ଼େ ୧୧ ଟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। କୌଣସି କାରଣରୁ ସେ ମାନସିକ ଭାରସାମ୍ୟ ହରାଇ କୀଟନାଶକ ଖାଇ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ ଏସ.ଆଇ ଜ୍ୟୋତି ରଞ୍ଜନ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ ଏନଇଇଟିରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri