Posted inଖେଳ

ଇଂଲଣ୍ଡ ୨୩୭, ଅଷ୍ଟ୍ରେଲିଆ ୧୧୬/୪

ଲିଡ୍ସ, ୮।୭: ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ଚାଲିଥିବା ତୃତୀୟ ଆଶେସ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ଏହାର ପ୍ରଥମ ଇନିଂସରେ ୨୩୭ ରନକରି ଅଲ୍‌ଆଉଟ ହୋଇଛି। ଦ୍ୱିତୀୟ ଦିବସ ଖେଳ ଶେଷ ବେଳକୁ ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସରେ ୪ ଉଇକେଟ ହରାଇ ୧୧୬ ରନ ସଂଗ୍ରହ କରିଛି। ଫଳରେ ୬ ଉଇକେଟ ସୁରକ୍ଷିତ ଥାଇ ଅଷ୍ଟ୍ରେଲିଆ ମୋଟ ୧୪୨ ରନରେ ଅଗ୍ରଣୀଲାଭ କରିଛି। ଡେଭିଡ ଓ୍ବାର୍ନର ୧, ମାର୍ନସ ଲାବୁସେନ ୩୩, ଷ୍ଟିଭେନ ସ୍ମିଥ ୨ ଓ ଉସମାନ ଖ୍ବାଜା ୪୩ ରନକରି ଆଉଟ ହୋଇଛନ୍ତି। ଇଂଲଣ୍ଡ ପକ୍ଷରୁ ମୋଇନ ଅଲୀ ୨ଟି ଏବଂ ଷ୍ଟୁଆର୍ଟ ବ୍ରଡ୍‌ ଓ କ୍ରିସ୍‌ ଓ୍ବକ୍ସ ଗୋଟିଏ ଲେଖାଏ ଉଇକେଟ ନେଇଛନ୍ତି। ଅଷ୍ଟ୍ରେଲିଆ ଏହାର ପ୍ରଥମ ଇନିଂସରେ ୨୬୩ ରନ କରିଥିଲା।
କୁମିନ୍ସଙ୍କୁ ୬ ଉଇକେଟ
ପ୍ରଥମ ଦିବସର ଅସମାପ୍ତ ସ୍କୋର ୬୮/୩ରୁ ଖେଳ ଆରମ୍ଭ କରିଥିଲା ଇଂଲଣ୍ଡ। ଦ୍ୱିତୀୟ ଦିବସରେ ଆଉ କୌଣସି ରନ ଯୋଗ ହେବା ପୂର୍ବରୁ ଜୋ ରୁଟ୍‌ଙ୍କୁ ଆଉଟ କରି ଇଂଲଣ୍ଡକୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଇଥିଲେ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ୍‌ କୁମିନ୍ସ। ଜନି ବେୟାରଷ୍ଟୋ (୧୨), ମୋଇନ ଅଲୀ (୨୧), କ୍ରିସ୍‌ ଓ୍ବକ୍ସ (୧୦) ମଧ୍ୟ ଅଧିକ ସମୟ ତିଷ୍ଠିପାରି ନ ଥିଲେ। ମିଡିଲ ଅର୍ଡରରେ ଅଧିନାୟକ ବେନ୍‌ ଷ୍ଟୋକ୍ସ ଲଢ଼ୁଆ ବ୍ୟାଟିଂ କରିଥିଲେ ହେଁ ତାହା ପର୍ଯ୍ୟାପ୍ତ ହୋଇ ନ ଥିଲା। ଷ୍ଟୋକ୍ସ ୧୦୮ଟି ବଲ୍‌ର ସମ୍ମୁଖୀନ ହୋଇ ୬ ଚୌକା ଓ ୫ ଛକା ସହାୟତାରେ ୮୦ ରନକରି ଶେଷ ଖେଳାଳିଭାବେ ଆଉଟ ହୋଇଥିଲେ। ମାର୍କ ଉଡ୍‌ ୮ ବଲ୍‌ରୁ ଦ୍ରୁତ ୨୪ (୧ ଚୌକା, ୩ ଛକା) ରନର ଇନିଂସ ଖେଳି ଦର୍ଶକଙ୍କ ମନୋରଞ୍ଜନ କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ୬ ଉଇକେଟ ସଫଳତା ପାଇଥିଲେ ଅଧିନାୟକ ପ୍ୟାଟ୍‌ କୁମିନ୍ସ।
ସଂକ୍ଷିପ୍ତ ସ୍କୋର
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ: ୨୬୩। ଇଂଲଣ୍ଡ ପ୍ରଥମ ଇନିଂସ: ୨୩୭/ଅଲ୍‌ଆଉଟ (ବେନ୍‌ ଷ୍ଟୋକ୍ସ-୮୦, ଜ୍ୟାକ କ୍ରଲି-୩୩, ମାର୍କ ଉଡ୍‌-୨୪, ପ୍ୟାଟ୍‌ କୁମିନ୍ସ-୬/୯୧, ମିଚେଲ ଷ୍ଟାର୍କ-୨/୫୯, ମିଚେଲ ମାର୍ଶ-୧/୯, ଟଡ୍‌ ମର୍ଫି-୧/୩୬)। ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସ: ୧୧୬/୪।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri