Posted inଖେଳ

ଇଂଲଣ୍ଡ ୪୯, ଓ୍ବେଷ୍ଟଇଣ୍ଡିଜ ୫୭

ମାଞ୍ଚେଷ୍ଟର, ୬।୭: କରୋନା ଭାଇରସ ସଂକ୍ରମଣ ଜନିତ ୩ ମାସର ବ୍ରେକ୍‌ ପରେ ଇଂଲଣ୍ଡରେ ଅନ୍ତର୍ଜାତୀୟ କ୍ରିକେଟ ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୮ ତାରିଖରୁ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଅନୁଷ୍ଠିତ ହେବ। ପ୍ରଥମ ଟେଷ୍ଟ ସାଉଥାମ୍ପଟନର ଏଜେସ ବାଉଲ ଷ୍ଟାଡିୟମରେ ଜୈବ-ସୁରକ୍ଷିତ ପରିବେଶରେ ଖେଳାଯିବ। ଏଥିପାଇଁ ଉଭୟ ଦଳର ଖେଳାଳି ତାଲିକା ପ୍ରକାଶ ପାଇସାରିଛି। ଦୀର୍ଘଦିନଧରି ବିଶ୍ୱବ୍ୟାପୀ କ୍ରିକେଟ ଠପ୍‌ ହୋଇଯାଇଥିବାରୁ ସମସ୍ତ କ୍ରିକେଟ ପ୍ରେମୀଙ୍କ ନଜର ଏବେ ସାଉଥାମ୍ପଟନ ଉପରେ ରହିଛି। ଗତବର୍ଷ ଇଂଲଣ୍ଡ ଦଳ ଜୋ ରୁଟ୍‌ଙ୍କ ନେତୃତ୍ୱରେ ଓ୍ବେଷ୍ଟଇଣ୍ଡିଜ ଗସ୍ତ କରି ୧-୨ରେ ସିରିଜ ହାରିଥିଲା। ଏଥର ଇଂଲଣ୍ଡ ମାଟିରେ ସେହି ପ୍ରଦର୍ଶନକୁ ଦୋହରାଇବା ଲକ୍ଷ୍ୟରେ ରହିଛି ଜାସନ ହୋଲ୍ଡରଙ୍କ ଦଳ। ଓଭରଅଲ୍‌ ରେକର୍ଡରେ ଓ୍ବେଷ୍ଟଇଣ୍ଡିଜ ପଲା ଭାରି ଥିଲେ ହେଁ ଘରୋଇ ପରିବେଶରେ ଏଥର ଇଂଲଣ୍ଡର ପଲା ଭାରି ରହିବ ବୋଲି କ୍ରିକେଟ ବିଶେଷଜ୍ଞମାନେ ମତ ଦେଇଛନ୍ତି। ରେକର୍ଡ ଦେଖିଲେ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୧୯୨୮ରୁ ୨୦୧୮-୧୯ ପର୍ଯ୍ୟନ୍ତ ମୋଟ ୩୭ଟି ସିରିଜ ଅନୁଷ୍ଠିତ ହୋଇଛି। ଏଥିରେ ୧୫୭ଟି ମ୍ୟାଚ ଖେଳାଯାଇ ଥିବାବେଳେ ଇଂଲଣ୍ଡ ୪୯ଟି ମ୍ୟାଚ ଜିତିଛି ଏବଂ ଓ୍ବେଷ୍ଟଇଣ୍ଡିଜ ୫୭ଟି ଟେଷ୍ଟରେ ବିଜୟଲାଭ କରିଛି। ଅବଶିଷ୍ଟ ୫୧ଟି ଟେଷ୍ଟ ଡ୍ର ରହିଛି। ଏହା ପୂର୍ବରୁ ୨୦୧୭ରେ ଓ୍ବେଷ୍ଟଇଣ୍ଡିଜ ଦଳ ଶେଷଥରପାଇଁ ଇଂଲଣ୍ଡ ଗସ୍ତରେ ଆସି ୩ ମ୍ୟାଚବିଶିଷ୍ଟ ସିରିଜ ଖେଳିଥିଲା। ସେତେବେଳେ ଇଂଲଣ୍ଡ ୨-୧ରେ ସିରିଜ ଜିତିନେଇଥିଲା। କରୋନା ଭାଇରସ ସଂକ୍ରମଣଜନିତ କଟକଣା ଯୋଗୁ ଏଥର ଉଭୟ ଦଳ ପର୍ଯ୍ୟାପ୍ତ ଅଭ୍ୟାସ ସୁଯୋଗ ପାଇ ନାହାନ୍ତି। ତେଣୁ ଆଗାମୀ ଟେଷ୍ଟ ସିରିଜ ରୋମାଞ୍ଚକ ହେବା ଆଶା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri