Posted inଖେଳ

ରିଚାଡର୍‌ସ-ବୋଥାମ ଟ୍ରଫି ପାଇଁ ଖେଳିବେ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ

ମାଞ୍ଚେଷ୍ଟର,୨୫।୭ (ପି.ଟି.)-ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଯେତେବେଳେ ପରବର୍ତ୍ତୀ କ୍ରିକେଟ ଟେଷ୍ଟ ସିରିଜ ଖେଳାଯିବ ସେମାନେ ‘ଓ୍ବିଜ୍‌ଡେନ୍‌ ଟ୍ରଫି’ ବଦଳରେ ଉଭୟ ଦେଶର ଆଇକନିକ୍‌ କ୍ରିକେଟର ନାମରେ ରଖାଯାଇଥିବା ରିଚାଡର୍‌ସ-ବୋଥାମ ଟ୍ରଫି ପାଇଁ ଖେଳିବେ। ଇଂଲଣ୍ଡ ଆଣ୍ଡ୍‌ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଏବଂ କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ) ତରଫରୁ ମିଳିତ ବିବୃତିରେ ଏହା ଘୋଷଣା କରାଯାଇଛି। ବର୍ତ୍ତମାନ ଦୁଇ ଦେଶ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଚାଲିଛି। ଉଭୟେ ଶେଷଥର ‘ଓ୍ବିଜଡେନ୍‌ ଟ୍ରଫି’ପାଇଁ ଖେଳୁଛନ୍ତି। ଦୁଇ ଦଳ ପରେ ଯେତେବେଳେ ପରସ୍ପରକୁ ଭେଟିବେ ସେତେବେଳେ ନୂଆ ରିଚାଡର୍‌ସ-ବୋଥାମ ଟ୍ରଫିର ଡିଜାଇନ୍‌ କରାଯିବ। ସାର୍‌ ଭିଭିଆନ ରିଚାଡର୍‌ସ ୧୨୧ ଟେଷ୍ଟ ମ୍ୟାଚରେ ୮୫୪୦ ରନ ସଂଗ୍ରହ କରିଛନ୍ତି। ସେ ୨୪ ଶତକ ଲଗାଇଥିବା ବେଳେ ତାଙ୍କର ଆଭରେଜ ୫୦ରୁ ଅଧିକ ରହିଥିଲା। ଅନ୍ୟପକ୍ଷରେ ସାର୍‌ ଇଆନ ବୋଥାମ ୧୦୨ ଗେମ୍‌ ଖେଳି ୫୨୦୦ରନ ସ୍କୋର କରିଥିବା ବେଳେ ୩୮୩ ଉଇକେଟ ଅକ୍ତିଆର କରିଛନ୍ତି। ବୋଥାମ ଓ ମୋ ମଧ୍ୟରେ ରହିଥିବା ଘନିଷ୍ଠ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପ୍ରତି ଏହା ଏକ ବଡ଼ ସମ୍ମାନ ବୋଲି ରିଚାଡର୍‌ସ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri