Posted inଖେଳ

ଭାରତ ବିପକ୍ଷ ପ୍ରଥମ ଦୁଇ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା : ଫେରିଲେ ଷ୍ଟୋକ୍ସ, ଆର୍ଚର

ଲଣ୍ଡନ, ୨୨ା୧(ପି.ଟି.)-ଭାରତ ବିପକ୍ଷ ପ୍ରଥମ ଦୁଇ ଟେଷ୍ଟ ମ୍ୟାଚ ପାଇଁ ୧୬ ଜଣିଆ ଇଂଲଣ୍ଡ କ୍ରିକେଟ ଦଳ ଘୋଷଣା କରାଯାଇଛି। ଏଥିରେ ବିସ୍ଫୋରକ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ଏବଂ ପେସ୍‌ ବୋଲର ଜୋଫ୍ରା ଆର୍ଚରଙ୍କୁ ନିଆଯାଇଛି। ଫେବୃୟାରୀ ୫ରୁ ଚେନ୍ନାଇର ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ଦୁଇଟି ମ୍ୟାଚ ଲାଗି ଚୟନକର୍ତ୍ତାମାନେ ଆହୁରି ମଧ୍ୟ ଇଂଲଣ୍ଡ ୬ ଟ୍ରାଭେଲିଂ ରିଜର୍ଭ ଖେଳାଳିଙ୍କ ନାମ ଘୋଷଣା କରିଛନ୍ତି। ଉଭୟ ଷ୍ଟୋକ୍ସ ଏବଂ ଆର୍ଚରଙ୍କୁ ଶ୍ରୀଲଙ୍କା ବିପକ୍ଷ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରୁ ବିଶ୍ରାମ ଦିଆଯାଇଥିଲା। ପିତୃତ୍ୱ ଲାଭ କରିବାକୁ ଥିବାରୁ ରୋରି ବନର୍‌ସ ଶ୍ରୀଲଙ୍କା ଗସ୍ତରେ ସାମିଲ ହୋଇ ନ ଥିଲେ। ଜୋ ରୁଟ୍‌ ଅଧିନାୟକ ପଦ ବଜାୟ ରଖିଛନ୍ତି। ସରେ’ର ଓଲି ପୋପ୍‌ ଭାରତ ଗସ୍ତରେ ଯିିବେ। ତେବେ ଏହା ପୂର୍ବରୁ ତାଙ୍କୁ ଫିଟ୍‌ନେସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାକୁ ପଡ଼ିବ। ଜାତୀୟ ଚୟନକର୍ତ୍ତାମାନେ ଜୋନାଥନ ବେୟାରଷ୍ଟୋ, ସାମ୍‌ କୁରାନ ଓ ମାର୍କ ଉଡ୍‌ ପ୍ରମୁଖ ୩ ଖେଳାଳିଙ୍କୁ ବିଶ୍ରାମ ଦେଇଛନ୍ତି। ଏହି ଖେଳାଳିମାନେ ବର୍ତ୍ତମାନ ଶ୍ରୀଲଙ୍କା ଟୁର୍‌ରେ ଅଛନ୍ତି। ସେମାନେ ଭାରତ ବିପକ୍ଷ ପ୍ରଥମ ଦୁଇ ଟେଷ୍ଟ ଖେଳିବେ ନାହିଁ। ଶ୍ରୀଲଙ୍କା ସିରିଜ ପରେ ସମରସେଟ୍‌ର କ୍ରେଗ୍‌ ଓଭରଟନ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପ୍ରକାଶ କରିଛି। ଗାଲେରେ ଦ୍ୱିତୀୟ ଟେଷ୍ଟ ଶେଷ ହେବାପରେ ଇଂଲଣ୍ଡ ଖେଳାଳିମାନେ ଏକ ଚାର୍ଟର ବିମାନ ଯୋଗେ ଚେନ୍ନାଇରେ ଓହ୍ଲାଇବେ। ଚେନ୍ନାଇ ପରେ ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ ଖେଳ ଅନୁଷ୍ଠିତ ହେବ। ୧,୧୦,୦୦୦ ଆସନ ବିଶିଷ୍ଟ ବିଶ୍ୱର ଏହି ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମରେ ଭାରତ ନିଜ ମାଟିରେ ଏହାର ଦ୍ୱିତୀୟ ଦିବାରାତ୍ର ଟେଷ୍ଟ ମ୍ୟାଚ ଖେଳିବ। ପ୍ରଥମ ପିଙ୍କ୍‌ବଲ ଟେଷ୍ଟ କୋଲକାତାରେ ଖେଳାଯାଇଥିଲା।
ପ୍ରଥମ ଦୁଇ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ: ଜୋ ରୁଟ୍‌, ଜୋଫ୍ରା ଆର୍ଚର, ମୋଇନ ଅଲି, ଜେମ୍ସ ଆଣ୍ଡରସନ, ଡମ୍‌ ବେସ୍‌, ଷ୍ଟୁଆର୍ଟ ବ୍ରଡ୍‌, ରୋରି ବନର୍‌ସ, ଜୋସ୍‌ ବଟଲର, ଜ୍ୟାକ୍‌ କ୍ରଲି, ବେନ୍‌ ଫୋକ୍ସ, ଡାନ୍‌ ଲରେନ୍ସ, ଜ୍ୟାକ୍‌ ଲିଚ୍‌, ବେନ୍‌ ଷ୍ଟୋକ୍ସ, ଓଲି ଷ୍ଟୋନ୍‌, କ୍ରିସ୍‌ ଓକ୍ସ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri