Posted inଖେଳ

ଭାରତ ବିପକ୍ଷ ପ୍ରଥମ ଦୁଇ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା : ଫେରିଲେ ଷ୍ଟୋକ୍ସ, ଆର୍ଚର

ଲଣ୍ଡନ, ୨୨ା୧(ପି.ଟି.)-ଭାରତ ବିପକ୍ଷ ପ୍ରଥମ ଦୁଇ ଟେଷ୍ଟ ମ୍ୟାଚ ପାଇଁ ୧୬ ଜଣିଆ ଇଂଲଣ୍ଡ କ୍ରିକେଟ ଦଳ ଘୋଷଣା କରାଯାଇଛି। ଏଥିରେ ବିସ୍ଫୋରକ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ଏବଂ ପେସ୍‌ ବୋଲର ଜୋଫ୍ରା ଆର୍ଚରଙ୍କୁ ନିଆଯାଇଛି। ଫେବୃୟାରୀ ୫ରୁ ଚେନ୍ନାଇର ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ଦୁଇଟି ମ୍ୟାଚ ଲାଗି ଚୟନକର୍ତ୍ତାମାନେ ଆହୁରି ମଧ୍ୟ ଇଂଲଣ୍ଡ ୬ ଟ୍ରାଭେଲିଂ ରିଜର୍ଭ ଖେଳାଳିଙ୍କ ନାମ ଘୋଷଣା କରିଛନ୍ତି। ଉଭୟ ଷ୍ଟୋକ୍ସ ଏବଂ ଆର୍ଚରଙ୍କୁ ଶ୍ରୀଲଙ୍କା ବିପକ୍ଷ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରୁ ବିଶ୍ରାମ ଦିଆଯାଇଥିଲା। ପିତୃତ୍ୱ ଲାଭ କରିବାକୁ ଥିବାରୁ ରୋରି ବନର୍‌ସ ଶ୍ରୀଲଙ୍କା ଗସ୍ତରେ ସାମିଲ ହୋଇ ନ ଥିଲେ। ଜୋ ରୁଟ୍‌ ଅଧିନାୟକ ପଦ ବଜାୟ ରଖିଛନ୍ତି। ସରେ’ର ଓଲି ପୋପ୍‌ ଭାରତ ଗସ୍ତରେ ଯିିବେ। ତେବେ ଏହା ପୂର୍ବରୁ ତାଙ୍କୁ ଫିଟ୍‌ନେସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାକୁ ପଡ଼ିବ। ଜାତୀୟ ଚୟନକର୍ତ୍ତାମାନେ ଜୋନାଥନ ବେୟାରଷ୍ଟୋ, ସାମ୍‌ କୁରାନ ଓ ମାର୍କ ଉଡ୍‌ ପ୍ରମୁଖ ୩ ଖେଳାଳିଙ୍କୁ ବିଶ୍ରାମ ଦେଇଛନ୍ତି। ଏହି ଖେଳାଳିମାନେ ବର୍ତ୍ତମାନ ଶ୍ରୀଲଙ୍କା ଟୁର୍‌ରେ ଅଛନ୍ତି। ସେମାନେ ଭାରତ ବିପକ୍ଷ ପ୍ରଥମ ଦୁଇ ଟେଷ୍ଟ ଖେଳିବେ ନାହିଁ। ଶ୍ରୀଲଙ୍କା ସିରିଜ ପରେ ସମରସେଟ୍‌ର କ୍ରେଗ୍‌ ଓଭରଟନ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପ୍ରକାଶ କରିଛି। ଗାଲେରେ ଦ୍ୱିତୀୟ ଟେଷ୍ଟ ଶେଷ ହେବାପରେ ଇଂଲଣ୍ଡ ଖେଳାଳିମାନେ ଏକ ଚାର୍ଟର ବିମାନ ଯୋଗେ ଚେନ୍ନାଇରେ ଓହ୍ଲାଇବେ। ଚେନ୍ନାଇ ପରେ ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ ଖେଳ ଅନୁଷ୍ଠିତ ହେବ। ୧,୧୦,୦୦୦ ଆସନ ବିଶିଷ୍ଟ ବିଶ୍ୱର ଏହି ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମରେ ଭାରତ ନିଜ ମାଟିରେ ଏହାର ଦ୍ୱିତୀୟ ଦିବାରାତ୍ର ଟେଷ୍ଟ ମ୍ୟାଚ ଖେଳିବ। ପ୍ରଥମ ପିଙ୍କ୍‌ବଲ ଟେଷ୍ଟ କୋଲକାତାରେ ଖେଳାଯାଇଥିଲା।
ପ୍ରଥମ ଦୁଇ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ: ଜୋ ରୁଟ୍‌, ଜୋଫ୍ରା ଆର୍ଚର, ମୋଇନ ଅଲି, ଜେମ୍ସ ଆଣ୍ଡରସନ, ଡମ୍‌ ବେସ୍‌, ଷ୍ଟୁଆର୍ଟ ବ୍ରଡ୍‌, ରୋରି ବନର୍‌ସ, ଜୋସ୍‌ ବଟଲର, ଜ୍ୟାକ୍‌ କ୍ରଲି, ବେନ୍‌ ଫୋକ୍ସ, ଡାନ୍‌ ଲରେନ୍ସ, ଜ୍ୟାକ୍‌ ଲିଚ୍‌, ବେନ୍‌ ଷ୍ଟୋକ୍ସ, ଓଲି ଷ୍ଟୋନ୍‌, କ୍ରିସ୍‌ ଓକ୍ସ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri