Posted inଖେଳ

ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ

ନୂଆଦିଲ୍ଲୀ,୧୧।୧୨: ଭାରତ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପାଇଁ ଇଂଲଣ୍ଡ ଏଣ୍ଡ ୱେଲ୍ସ କ୍ରିକେଟ ବୋର୍ଡ ନିଜ ଦଳ ଘୋଷଣା କରିଛି। ଜାନୁୟାରୀ ୨୫ରୁ ଇଂଲଣ୍ଡ ଏହି ଟେଷ୍ଟ ସିରିଜ ପାଇଁ ୧୬ ଜଣିଆ ଦଳ ଘୋଷଣା କରିଛି। ଷ୍ଟାର ଅଲରାଉଣ୍ଡର ସାମ କୁରାନ ଏବଂ ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ ଜୋସ ବଟଲରଙ୍କୁ ଏହି ଦଳରେ ସ୍ଥାନ ମିଳିନାହିଁ। ତେବେ ଦଳରେ ତିନୋଟି ନୂଆ ଚେହେରାକୁ ସାମିଲ କରାଯାଇଛି।

ଭାରତ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଇଂଲଣ୍ଡ ଦଳରେ ତିନିଟି ନୂଆ ଚେହେରା ସାମିଲ କରିଛି। ଏଥିରେ ଶୋଏବ ବଶିର, ଟମ ହାର୍ଟଲି ଏବଂ ଗସ ଆଟକିନ୍ସନ ଅଛନ୍ତି। ଓଲି ପୋପ ଏହି ଦଳର ଉପ-ଅଧିନାୟକ ଅଟନ୍ତି। ଟମ ହାର୍ଟଲି, ଜ୍ୟାକ ଲିଚ ଏବଂ ରେହାନ ଅହମ୍ମଦଙ୍କ ରୂପରେ ଇଂଲଣ୍ଡ ସେମାନଙ୍କ ଦଳରେ ତିନି ଜଣ ସ୍ପିନରଙ୍କୁ ଅନ୍ତର୍ଭୁକ୍ତ କରିଛି।

ସୂଚନାଯୋଗ୍ୟ, ଜାନୁୟାରୀରେ ବେନ ଷ୍ଟୋକ୍ସଙ୍କ ଦଳ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରିବ। ଏହି ସିରିଜ୍‌ର ପ୍ରଥମ ଟେଷ୍ଟ ୨୫ ଜାନୁୟାରୀରୁ ହାଇଦ୍ରାବାଦରେ ଖେଳାଯିବ। ଏହା ପରେ ଫେବୃୟାରୀ ୨ରୁ ଭାଇଜାଗରେ ଦ୍ୱିତୀୟ ଟେଷ୍ଟ, ଫେବୃୟାରୀ ୧୫ରୁ ରାଜକୋଟରେ ତୃତୀୟ ଟେଷ୍ଟ, ଫେବୃୟାରୀ ୨୩ରୁ ରାଞ୍ଚିରେ ଚତୁର୍ଥ ଟେଷ୍ଟ ଏବଂ ମାର୍ଚ୍ଚ ୨ରୁ ଧର୍ମଶାଳାରେ ଶେଷ ଟେଷ୍ଟ ଖେଳାଯିବ।

ଇଂଲଣ୍ଡ ଦଳ: ବେନ ଷ୍ଟୋକ୍ସ (ଅଧିନାୟକ), ରେହାନ ଅହମ୍ମଦ, ଜେମ୍ସ ଆଣ୍ଡରସନ, ଗୁସ ଆଟକିନ୍ସନ, ଜନି ବେୟାରଷ୍ଟୋ (ଉଇକେଟ୍‌ କିପର), ଶୋଏବ ବଶିର, ହ୍ୟାରି ବ୍ରୁକ, ଜ୍ୟାକ କ୍ରାଉଲି, ବେନ ଡକେଟ, ବେନ ଫକ୍ସ (ଉଇକେଟ୍‌ କିପର), ଟମ ହାର୍ଟଲି, ଜ୍ୟାକ ଲିଚ, ଓଲି ପୋପ, ଓଲି ରବିନ୍ସନ , ଜୋ ରୁଟ ଏବଂ ମାର୍କ ଉଡ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?