Posted inଖେଳ

ଟି -୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ

ଲଣ୍ଡନ,୩୦।୪: ଇଂଲଣ୍ଡ କ୍ରିକେଟ ବୋର୍ଡ ଟି -୨୦ ବିଶ୍ୱକପ୍‌ ୨୦୨୪ ପାଇଁ ପ୍ରାରମ୍ଭିକ ଦଳ ଘୋଷଣା କରିଛି। ଏହା ସହିତ ବୋର୍ଡ ପାକିସ୍ତାନ ବିପକ୍ଷ ଟି -୨୦ ସିରିଜ ପାଇଁ ଏହି ଖେଳାଳିମାନଙ୍କୁ ମଧ୍ୟ ଚୟନ କରିଛି। ଜୁନ ୧ରୁ ଟି -୨୦ ବିଶ୍ୱକପ୍‌ ଆୟୋଜିତ ହେବ। ଜୋସ ବଟଲର୍‌ ଇଂଲଣ୍ଡର ଅଧିନାୟକତ୍ୱ ଦାୟିତ୍ୱ ପାଇଛନ୍ତି। ବଟଲର୍‌ ବର୍ତ୍ତମାନ ଆଇପିଏଲ ୨୦୨୪ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳୁଛନ୍ତି। ସେ ଫର୍ମରେ ଅଛନ୍ତି ଏବଂ ବିସ୍ଫୋରକ ବ୍ୟାଟିଂ କରୁଛନ୍ତି।

ଇଂଲଣ୍ଡ ଦଳର ଅଧିନାୟକତ୍ୱ ବଟଲର୍‌ଙ୍କୁ ଦେଇଛି। ଆଇପିଏଲ ୨୦୨୪ର ୮ଟି ମ୍ୟାଚରେ ବଟଲର୍‌ ୩୧୯ରନ୍‌ ସଂଗ୍ରହ କରିଛନ୍ତି। ଏହି ସମୟ ମଧ୍ୟରେ ୨ ଶତକ ସ୍କୋର କରିଛନ୍ତି ।

ଟି -୨୦ ବିଶ୍ୱକପ୍‌ ପାଇଁ ଇଂଲଣ୍ଡ ଦଳ – ଜୋସ ବଟଲର୍‌ (ଅଧିନାୟକ), ମୋଇନ ଅଲି (ଉପ-ଅଧିନାୟକ), ଫିଲ ସାଲ୍ଟ, ୱିଲ ଜ୍ୟାକ, ଜନି ବିୟରଷ୍ଟୋ, ହ୍ୟାରି ବ୍ରୁକ, ଲିଆମ ଲିବିଙ୍ଗଷ୍ଟୋନ, ସାମ କୁରାନ, ଜୋଫ୍ରା ଆର୍ଚର, କ୍ରିସ ଜୋର୍ଡାନ, ମାର୍କ ଉଡ୍‌, ରିସ ଟୋପଲେ, ଆଦିଲ ରସିଦ, ଟମ ହାର୍ଟଲି, ବେନ ଡକେଟ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri