Posted inଖେଳ

ଇଂଲଣ୍ଡ ସିରିଜ ବିଜୟୀ

ମାଞ୍ଚେଷ୍ଟର, ୨୨।୭-  ଏଠାରେ ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ କ୍ରିକେଟ ମ୍ୟାଚରେ ଇଂଲଣ୍ଡ ୩ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ୨୦ ଓଭରରେ ୬ ଉଇକେଟ ହରାଇ ୧୫୪ ରନ କରିଥିବାବେଳେ ଇଂଲଣ୍ଡ ୧୯.୪ ଓଭରରେ ୭ ଉଇକେଟ ହରାଇ ୧୫୫ ରନ ସଂଗ୍ରହ କରି ନେଇଥିଲା। ଫଳରେ ୩ ମ୍ୟାଚ ବିଶିଷ୍ଟ ସିରିଜରେ ଇଂଲଣ୍ଡ ୨-୧ରେ ବିଜୟୀ ହୋଇଛି। ଇଂଲଣ୍ଡ ଅଧିନାୟକ ଜାସନ ରୟ ମ୍ୟାନ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ପାକିସ୍ତାନ ପକ୍ଷରୁ ମହମ୍ମଦ ରିଜଓ୍ବାନ ଦ୍ରୁତ ୭୬(୫୭ ବଲ, ୫ ଚୌକା, ୩ ଛକା) ରନ କରିଥିଲେ ହେଁ ଅନ୍ୟ ବ୍ୟାଟ୍ସମ୍ୟାନମାନେ ନିରାଶ କରିଥିଲେ। ଫକର ଜମନ ଦ୍ୱିତୀୟ ସର୍ବାଧିକ ୨୪ ରନ କରିବାକୁ ସକ୍ଷମ ହୋଇଥିଲେ। ଇଂଲଣ୍ଡ ପକ୍ଷରୁ ଆଡିଲ ରଶିଦ ୪ଟି ଏବଂ ମୋଇନ ଅଲୀ ଗୋଟିଏ ଉଇକେଟ ନେଇଥିଲେ। ୧୫୫ ରନ ବିଜୟ ଲକ୍ଷ୍ୟ ନେଇ ଇଂଲଣ୍ଡ ପଡ଼ିଆକୁ ଓହ୍ଲାଇଥିଲା। ଦଳ ଆରମ୍ଭରେ ଭଲ ପ୍ରଦର୍ଶନ କରିଥିଲେ ହେଁ ଅନ୍ୟ ବ୍ୟାଟ୍ସମ୍ୟାନ ଆଶାନୁରୂପ ପ୍ରଦର୍ଶନ କରି ନ ପାରିବାରୁ ବିଜୟ ପାଇଁ ସଂଘର୍ଷ କରିବାକୁ ପଡ଼ିଥିଲା। ଇନିଂସ ଓପନ କରିଥିବା ଜାସନ ୩୬ ବଲ୍‌ରୁ ୧୨ ଚୌକା ଓ ୧ ଛକା ସହାୟତାରେ ୬୪ ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦାଓ୍ବିଦ ମଲନ ୩୧, ବଟଲର ୨୧, ଅଧିନାୟକ ଇଅନ ମୋର୍ଗାନ ୨୧ ରନ କରିଥିଲେ। ଫଳରେ ଇଂଲଣ୍ଡ ମାତ୍ର ୨ଟି ବଲ୍‌ ବାକିଥାଇ ବିଜୟ ଲକ୍ଷ୍ୟ ଅତିକ୍ରମ କରିଥିଲା। ପାକିସ୍ତାନ ପକ୍ଷରୁ ମହମ୍ମଦ ହାଫିଜ ୩ଟି ଏବଂ ଇମାନ ଓ୍ବାସିମ, ହାସନ ଅଲୀ, ଉସମାନ କାଦିର, ଶାଦବ ଖାଁ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ପାକିସ୍ତାନ ୨୦ ଓଭରରେ ୧୫୪/୬(ମହମ୍ମଦ ରିଜଓ୍ବାନ-୭୬, ଆଡିଲ ରଶିଦ-୪/୩୫)। ଇଂଲଣ୍ଡ ୧୯.୪ ଓଭରରେ ୧୫୫/୭(ଜାସନ ରୟ-୬୪, ମହମ୍ମଦ ହାଫିଜ-୩/୨୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri