Posted inଖେଳ

୪ ଉଇକେଟରେ ଭାରତୀୟ ମହିଳା ଟିମକୁ ହରାଇ ଟି୨୦ ସିରିଜ ଜିତିଲା ଇଂଲଣ୍ଡ ମହିଳା ଟିମ୍

ମୁମ୍ବାଇ, ୯ା୧୨: ଶନିବାର ମୁମ୍ବାଇରେ ଷ୍ଟାଡିୟମରେ ଭାରତ ଏବଂ ଇଂଲଣ୍ଡ ମହିଳା ଟିମ୍ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚକୁ ୪ ଉଇକେଟରେ ଜିତି ତିନି ମ୍ୟାଚ୍ ବିଶିଷ୍ଟ ୨-୦ରେ ସିରିଜକୁ ଆଗୁଆ କବଜା କରିଛି ଭ୍ରମଣକାରୀ ଦଳ। ଏହି ମ୍ୟାଚରେ ଉଭୟର ଦଳର ବୋଲରଙ୍କ ପ୍ରାଧାନ୍ୟ ଦେଖିବାକୁ ମିଳିଥିଲା। ଟସ୍ ଜିତି ଇଂଲଣ୍ଡ ଅଧିନାୟକ ହେଥର ନାଇଟ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।

ଅଧିନାୟକଙ୍କ ନିଷ୍ପତ୍ତିକୁ ଯଥାର୍ଥ ସାବ୍ୟସ୍ତ କରି ଇଂଲଣ୍ଡର ବୋଲରମାନେ ଭାରତୀୟ ଟିମକୁ ମାତ୍ର ୮୦ ରନରେ ଅଲଆଉଟ କରି ଦେଇଥିଲେ। ପ୍ରାରମ୍ଭିକ ବ୍ୟାଟର ସ୍ମୃତି ମନ୍ଧାନା ଏବଂ ଜେମିମାଙ୍କ ବ୍ୟତୀତ କୌଣସି ବ୍ୟାଟର ଦୁଇ ଅଙ୍କ ଛୁଇଁ ପାରି ନଥିଲେ। ଇଂଲଣ୍ଡ ପାଇଁ ୬ ବୋଲର ବୋଲିଂ କରିଥିଲା ବେଳେ ସମସ୍ତଙ୍କୁ ଉଇକେଟ ମିଳିଥିଲା।

୮୧ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଇଂଲଣ୍ଡ ଟିମ୍ ମଧ୍ୟ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟର ସାମ୍ନା କରିଥିଲା। ଭାରତର ଷ୍ଟ୍ରାଇକ ବୋଲର ରେଣୁକା ସିଂ ୧୯ ରନ୍ ମଧ୍ୟରେ ଓପନର ସୋଫିଆ ଏବଂ ଡାନିଏଲ ୱାୟେଟଙ୍କୁ ପ୍ୟାଭିଲିଅନ ଫେରାଇ ଦେଇଥିଲେ। ଏହାପରେ ଏଲିସ କପିସି ଏବଂ ନାଟ ବ୍ରଣ୍ଟଙ୍କ ମଧ୍ୟରେ ୪୦ ରନର ପାର୍ଟନରସିପ ଭାରତଠାରୁ ବିଜୟ ଛଡାଇ ନେଇଥିଲା। ତେବେ ଇଂଲଣ୍ଡ ୧୧ ଓଭର ଦୁଇଟି ବଲରେ ମ୍ୟାଚ୍ ଜିତିଥିଲେ ମଧ୍ୟ ଭାରତୀୟ ବୋଲର ୬ ଉଇକେଟ ନେଇ ମ୍ୟାଚ ପାଲଟାଇଦେବା ସ୍ଥିତିକୁ ନେଇ ଆସିଥିଲେ। ପ୍ରଥମ ଦୁଇଟି ମ୍ୟାଚ୍ ହାରି ଭାରତ ସିରିଜ ହରାଇ ସାରିଥିବା ବେଳେ ଅନ୍ତିମ ମ୍ୟାଚ୍ ରବିବାର ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri