Posted inଖେଳ

ସଙ୍କଟରେ ପାକିସ୍ତାନ କ୍ରିକେଟ

ଲଣ୍ଡନ,୨୧।୯: ସୁରକ୍ଷାଗତ କାରଣ ଦର୍ଶାଇ ପାକିସ୍ତାନରୁ ନ୍ୟୁଜିଲାଣ୍ଡ ଫେରିବାର ୩ ଦିନ ପରେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)କୁ ଆଉ ଏକ ଶକ୍ତ ଧକ୍କା ଲାଗିଛି। ପରବର୍ତ୍ତୀ ମାସରେ ଇଂଲଣ୍ଡର ଉଭୟ ପୁରୁଷ ଓ ମହିଳା ଦଳ ପାକିସ୍ତାନ ଗସ୍ତରେ ଆସି ଅନ୍ତର୍ଜାତୀୟ ସିରିଜ୍‌ ଖେଳିଥାନ୍ତେ। କିନ୍ତୁ ଏହି ଗସ୍ତକୁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ବାତିଲ କରିବା ପରେ ସମ୍ପୂର୍ଣ୍ଣ ସଙ୍କଟରେ ପଡ଼ିଯାଇଛି ପାକିସ୍ତାନ କ୍ରିକେଟ।

ଆସନ୍ତା ଅକ୍ଟୋବର ୧୩ ଓ ୧୪ ତାରିଖରେ ରାଓ୍ବଲପିଣ୍ଡିଠାରେ ପାକିସ୍ତାନ ଓ ଇଂଲଣ୍ଡ ମଧ୍ୟରେ ଦୁଇଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯିବାର ଥିଲା। ସେହିଭଳି ଇଂଲଣ୍ଡର ମହିଳା ଦଳ ୧୭ରୁ ୨୧ ତାରିଖ ମଧ୍ୟରେ ଘରୋଇ ଦଳ ସହ ୩ ଦିନିକିଆ ମ୍ୟାଚ୍‌ ଖେଳିଥାନ୍ତେ। ଉଭୟ ସିରିଜ୍‌ରୁ ଇସିବି ସୋମବାର ଓହରିଯିବାକୁ ନିଷ୍ପତ୍ତି ନେଇଛି।

ଇସିବିର ଏଭଳି ନିଷ୍ପତ୍ତିରେ ପୂରା ଭାଙ୍ଗିପଡ଼ିଛନ୍ତି ପିସିବିର ନୂଆ ସଭାପତି ରମିଜ ରାଜା। ”ଇଂଲଣ୍ଡ ତା’ର ଚୁକ୍ତିରୁ ଓହରିବା ଯାଇଥିବାରୁ ଦୁଃଖିତ। ସବୁଠୁ ଅଧିକ ଆବଶ୍ୟକ ଥିବା ବେଳେ କ୍ରିକେଟ ଜଗତ ବିଫଳ ହୋଇଛି। ଏହା ପାକିସ୍ତାନ ଦଳ ପାଇଁ ଏକ ଆହ୍ବନ। ବିଶ୍ୱର ଶ୍ରେଷ୍ଠ ଭଳି ଆମକୁ ଖେଳିବାକୁ ପଡ଼ିବ, ଯେମିତି ପାକିସ୍ତାନ ସହ ଖେଳିବା ପାଇଁ ବିନା କୌଣସି ବାହାନାରେ ଅନ୍ୟ ଦଳମାନେ ଧାଡ଼ି କରି ଛିଡ଼ାହେବେ“ ବୋଲି ରମିଜ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri