ମାସ୍କ ପିନ୍ଧିଲେ ଅକ୍ସିଜେନ ଲେବଲ କମ୍‌ ହେବ ନାହିଁ !

ଲଣ୍ଡନ,୧୬।୮: ବିଶ୍ୱରେ କରୋନା ମହାମାରୀ ଲୋକଙ୍କ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଏଥିରୁ ଦୂରେଇ ରହିବା ପାଇଁ ମାସ୍କ ପିନ୍ଧିବା ଜରୁରୀ ବୋଲି କୁହାଯାଇଛି। ହେଲେ ଏବେ ଲୋକଙ୍କ ମଧ୍ୟରେ ଭୟ ଆସୁଛି କି ଦୀର୍ଘ ସମୟ ପର୍ଯ୍ୟନ୍ତ ମାସ୍କ ପିନ୍ଧିଲେ ଅନ୍ୟକିଛି ଶାରୀରିକ ସମସ୍ୟା ଦେଖାଦେବ ନାହିଁତ। କାରଣ କେହି କେହି ମତ ଦେଉଛନ୍ତି କି ଅଧିକ ସମୟ ମାସ୍କ ପିନ୍ଧିବା ଦ୍ୱାରା ଶରୀରରେ ଅକ୍ସିଜେନ ଲେବଲ କମ୍‌ ହୋଇ ଯାଇଥାଏ। ଏହାକୁ ଭୁଲ୍‌ ପ୍ରମାଣିତ କରିବାକୁ ଏବେ ଜଣେ ଡାକ୍ତର ମାସ୍କ ପିନ୍ଧି ୨୨ ମାଇଲ ବାଟ ଦୌଡିଥିବା ପ୍ରକାଶ କରିଛନ୍ତି। ନିକଟରେ ଡାକ୍ତର ଲାଟନ ଟୁଇଟ କରି ଜଣାଇଛନ୍ତି କି ମାସ୍କ ପିନ୍ଧିଲେ ଅକ୍ସିଜେନ ଲେବଲ କମ୍‌ ହେଉଛି କି ନା ସେ ଜାଣିବା ପାଇଁ ୨୨ କିଲୋମିଟର ଦୌଡିଥିଲେ। ମଝିରେ ମଝିରେ ସେ ତାଙ୍କର ଅକ୍ସିଜେନ ଲେବଲ ମାପିଥିଲେ ବି ଏହା ୯୮ ପ୍ରତିଶତ ଥିବା ସେ କହିଛନ୍ତି। ଏଥିପାଇଁ ସେ ଅକ୍ସିମିଟରର ବ୍ୟବହାର କରିଥିଲେ। ଅକ୍ସିମିଟର ମଣିଷ ଶରୀରରେ ଥିବା ଲାଲ ରକ୍ତ କୋଷିକାର ଅକ୍ସିଜେନ ସାଚ୍ୟୁରେଶନ ମାପିବାକୁ ବ୍ୟବହାର କରାଯାଇଥାଏ । ରବିବାର ଡାକ୍ତର ଲାଟନ ଦେଇଥିବା ଏକ ସାକ୍ଷାତକାରରେ କହିଛନ୍ତି କି ମାସ୍କ ପିନ୍ଧିଲେ ଅକ୍ସିଜେନ ଲେବଲ କମ୍‌ ହୋଇ ନ ଥାଏ ବରଂ ଏହା କରୋନା ସଂକ୍ରମଣକୁ ରୋକିବାରେ ସହାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?