Posted inଖେଳ

ଲର୍ଡ୍ସ ଟେଷ୍ଟ: ଇଂଲଣ୍ଡ ଆଗରେ ବଡ଼ ଚ୍ୟାଲେଞ୍ଜ

ଲଣ୍ଡନ,୧୧।୮ : ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ଦ୍ୱିତୀୟ ଟେଷ୍ଟ। ପ୍ରଥମ ମ୍ୟାଚ୍‌ରେ ବର୍ଷା ଯୋଗୁ ପରାଜୟରୁ ବର୍ତ୍ତି ଯାଇଥିବା ଘରୋଇ ଦଳର ମ୍ୟାନେଜମେଣ୍ଟ ଏବେ ଚିନ୍ତାରେ। ଦ୍ୱିତୀୟ ମ୍ୟାଚ୍‌ରେ ଦଳର ଦୁଇ କିମ୍ବଦନ୍ତୀ ପେସର ଜେମ୍ସ ଆଣ୍ଡରସନ ଓ ଷ୍ଟ୍ରୁଆର୍ଟ ବ୍ରାଡଙ୍କ ଖେଳିବା ସମ୍ଭାବନା ଖୁବ୍‌ କମ୍‌। ବୁଧବାର ଦଳର ପ୍ରାକ୍ଟିସ ସେସନ୍‌ରେ ସେମାନଙ୍କୁ ଦେଖିବାକୁ ମିଳି ନ ଥିଲା।

ମଙ୍ଗଳବାର ଓ୍ବାର୍ମଅପ୍‌ ବେଳେ ବ୍ରଡଙ୍କ ଗୋଇଠିରେ ଆଘାତ ଲାଗିଥିଲା। ଆଉ ଜଙ୍ଘ ଜନିତ ଆହତ ସମସ୍ୟା କାରଣରୁ ଆଣ୍ଡରସନ ନେଟ୍‌ ସେସନରେ ଭାଗ ନେଇ ନ ଥିଲେ। ବିଶ୍ୱ ଇତିହାସର ଅନ୍ୟତମ ଘାତକ ଯୋଡ଼ି ୩୧୨ ମ୍ୟାଚ୍‌ରେ ୧୧୪୫ ଉଇକେଟ ନେଇଛନ୍ତି। ୨୦୧୬ ପରେ ପ୍ରଥମ ଥର ପାଇଁ ଇଂଲଣ୍ଡକୁ ଆଣ୍ଡରସନ ଓ ବ୍ରଡ୍‌ଙ୍କ ବିନା ଖେଳିବାକୁ ପଡ଼ିପାରେ। ଏହା ଘରୋଇ ଦଳ ଲାଗି ଏକ ବଡ଼ ଚ୍ୟାଲେଞ୍ଜ ସଦୃଶ ହେବ।

ଇଂଲଣ୍ଡ ଦଳରେ ସ୍ଥାନ ପାଇଛନ୍ତି ସାକିବ ମେହମ୍ମୁଦ। ତାଙ୍କ ସହ ଓଲି ରବିନସନ, ମାର୍କ ଉଡ, କ୍ରେଗ ଓଭର୍ଟନ ଓ ଅଲରାଉଣ୍ଡର ସାମ କୁରାନ ଇଂଲଣ୍ଡ ଦଳର ବୋଲିଂ ଭାର ସମ୍ଭାଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri