Posted inଖେଳ

ଲର୍ଡ୍ସ ଟେଷ୍ଟ: ଇଂଲଣ୍ଡ ଆଗରେ ବଡ଼ ଚ୍ୟାଲେଞ୍ଜ

ଲଣ୍ଡନ,୧୧।୮ : ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ଦ୍ୱିତୀୟ ଟେଷ୍ଟ। ପ୍ରଥମ ମ୍ୟାଚ୍‌ରେ ବର୍ଷା ଯୋଗୁ ପରାଜୟରୁ ବର୍ତ୍ତି ଯାଇଥିବା ଘରୋଇ ଦଳର ମ୍ୟାନେଜମେଣ୍ଟ ଏବେ ଚିନ୍ତାରେ। ଦ୍ୱିତୀୟ ମ୍ୟାଚ୍‌ରେ ଦଳର ଦୁଇ କିମ୍ବଦନ୍ତୀ ପେସର ଜେମ୍ସ ଆଣ୍ଡରସନ ଓ ଷ୍ଟ୍ରୁଆର୍ଟ ବ୍ରାଡଙ୍କ ଖେଳିବା ସମ୍ଭାବନା ଖୁବ୍‌ କମ୍‌। ବୁଧବାର ଦଳର ପ୍ରାକ୍ଟିସ ସେସନ୍‌ରେ ସେମାନଙ୍କୁ ଦେଖିବାକୁ ମିଳି ନ ଥିଲା।

ମଙ୍ଗଳବାର ଓ୍ବାର୍ମଅପ୍‌ ବେଳେ ବ୍ରଡଙ୍କ ଗୋଇଠିରେ ଆଘାତ ଲାଗିଥିଲା। ଆଉ ଜଙ୍ଘ ଜନିତ ଆହତ ସମସ୍ୟା କାରଣରୁ ଆଣ୍ଡରସନ ନେଟ୍‌ ସେସନରେ ଭାଗ ନେଇ ନ ଥିଲେ। ବିଶ୍ୱ ଇତିହାସର ଅନ୍ୟତମ ଘାତକ ଯୋଡ଼ି ୩୧୨ ମ୍ୟାଚ୍‌ରେ ୧୧୪୫ ଉଇକେଟ ନେଇଛନ୍ତି। ୨୦୧୬ ପରେ ପ୍ରଥମ ଥର ପାଇଁ ଇଂଲଣ୍ଡକୁ ଆଣ୍ଡରସନ ଓ ବ୍ରଡ୍‌ଙ୍କ ବିନା ଖେଳିବାକୁ ପଡ଼ିପାରେ। ଏହା ଘରୋଇ ଦଳ ଲାଗି ଏକ ବଡ଼ ଚ୍ୟାଲେଞ୍ଜ ସଦୃଶ ହେବ।

ଇଂଲଣ୍ଡ ଦଳରେ ସ୍ଥାନ ପାଇଛନ୍ତି ସାକିବ ମେହମ୍ମୁଦ। ତାଙ୍କ ସହ ଓଲି ରବିନସନ, ମାର୍କ ଉଡ, କ୍ରେଗ ଓଭର୍ଟନ ଓ ଅଲରାଉଣ୍ଡର ସାମ କୁରାନ ଇଂଲଣ୍ଡ ଦଳର ବୋଲିଂ ଭାର ସମ୍ଭାଳିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri