Posted inଖେଳ

ଖରାପ ରେକର୍ଡ ହାସଲ କଲା ଇଂଲଣ୍ଡ

ମେଲବୋର୍ନ,୨୬।୧୨: ଇଂଲଣ୍ଡ ଦଳ ଏବେ ଅଷ୍ଟ୍ରେଲିଆ ଗସ୍ତରେ ଅଛି। ସେଠାରେ ୫ ମ୍ୟାଚ ଆଶେସ ସିରିଜ ଖେଳାଯାଉଛି। ତୃତୀୟ ଟେଷ୍ଟ ରବିବାର ଠାରୁ ଆରମ୍ଭ ହୋଇଛି। ଆୟୋଜକ ଅଷ୍ଟ୍ରେଲିଆ ଦଳ ଏବେ ସିରିଜରେ ୨-୦ ଆଗରେ ଅଛି। ତୃତୀୟ ଟେଷ୍ଟର ପ୍ରଥମ ଇନିଂସରେ ଇଂରାଜୀ ଦଳ ପୁଣି ଥରେ ଭଲ ପ୍ରଦର୍ଶନ କରିପାରି ନ ଥିଲା। ଦଳ ୨୦୦ ରନ ମାର୍କକୁ ଛୁଇଁ ପାରିଲା ନାହିଁ ଏବଂ ୧୮୫ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଏହି ପରିପ୍ରେକ୍ଷୀରେ ଅଷ୍ଟ୍ରେଲିଆ ପୁଣି ଥରେ ମ୍ୟାଚରେ ମଜଭୁତ ହୋଇଛି।
ଇଂଲଣ୍ଡର ଓପନର୍‌ ବ୍ୟାଟ୍ସମ୍ୟାନ ହସିବ ହମିଦ (୦) ଖାତା ଖୋଲିପାରି ନ ଥିଲେ। ଏହା ସହ ଇଂଲଣ୍ଡ ଦଳ ନିଜ ନାମରେ ଏକ ଖରାପ ରେକର୍ଡ ସୃଷ୍ଟି କରିଛି। ଇଂଲଣ୍ଡର ବ୍ୟାଟ୍ସମ୍ୟାନମାନେ ଚଳିତ ବର୍ଷ ଅର୍ଥାତ୍‌ ୨୦୨୧ରେ ‘ଶୂନ’ରେ ୫୦ ଥର ଆଉଟ୍‌ ହୋଇଛନ୍ତି। ଚଳିତ ବର୍ଷ ଅନ୍ୟ କୌଣସି ଦଳ ଏହି ସଂଖ୍ୟାରେ ପହଞ୍ଚି ନାହାଁନ୍ତି। ଏହାପୂର୍ବରୁ ୧୯୯୮ରେ, ଇଂଲଣ୍ଡ ଖେଳାଳିମାନେ ସର୍ବାଧିକ ୫୪ ଥର ପାଇଁ ଆଉଟ୍‌ ହୋଇଥିଲେ। ଇଂଲଣ୍ଡର ଦ୍ୱିତୀୟ ଇନିଂସ ବାକି ଅଛି।
ଇଂଲଣ୍ଡର ଇନିଂସ ବିଷୟରେ କହିବାକୁ ଗଲେ ଅଧିନାୟକ ଜୋ ରୁଟ ସର୍ବାଧିକ ରନ ସଂଗ୍ରହ କରିଥିଲେ। ସେ ୮୨ ବଲରୁ ୫୦ ରନ୍‌ର ଏକ ଇନିଂସ ଖେଳିଥିଲେ। ସେ ଏକମାତ୍ର ଖେଳାଳି ଯିଏକି ଦଳ ପାଇଁ ଅର୍ଦ୍ଧଶତକ ହାସଲ କରିଥିଲେ। ଜନି ବେୟାରଷ୍ଟୋ ୩୫ ଏବଂ ବେନ ଷ୍ଟୋକ୍ସ ୨୫ ସ୍କୋର କରିଥିଲେ। ଅଷ୍ଟ୍ରେଲିଆ ପାଇଁ ଦ୍ରୁତ ବୋଲର ତଥା ଅଧିନାୟକ ପ୍ୟାଟ କମିନ୍ସ ସର୍ବାଧିକ ୩ ଉଇକେଟ ନେଇଥିଲେ। ଏହା ବ୍ୟତୀତ ଅଫ ସ୍ପିନର ନାଥାନ ଲିଅନ ମଧ୍ୟ ତିନିଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri