Posted inଖେଳ

ଇଂଲଣ୍ଡ ଆଗରେ ୨୯୬ ରନ୍‌ର ବିଜୟ ଲକ୍ଷ୍ୟ

ହେଡିଂଲେ,୨୬।୬: ସ୍ଥାନୀୟ ଲିଡ୍ସ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟ ଏବେ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୨୯ ରନ୍‌ କରିଥିବା ବେଳେ ଇଂଲଣ୍ଡ ୩୬୦ ରନ୍‌ କରିଥିଲା। ୩୧ ରନ୍‌ ପଛରେ ଥିବା ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସରେ ୩୨୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଫଳରେ ଘରୋଇ ଇଂଲଣ୍ଡକୁ ସିରିଜ୍‌ ମୂଳପୋଛ କରିବା ପାଇଁ ୨୯୬ ରନ୍‌ ଦରକାର। ଅନ୍ୟପକ୍ଷେ ଇଂଲଣ୍ଡ ଦୁଇ ଓପନରଙ୍କୁ ହରାଇ ୧୭୦ ରନ୍‌ କରିଛି।

ଶନିବାର ଭ୍ରମଣକାରୀ ନ୍ୟୁଜିଲାଣ୍ଡ ତା’ର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର (୧୬୮/୫)ରୁ ବ୍ୟାଟିଂ ଅରମ୍ଭ କରିଥିଲ। ପୂର୍ବ ଦିନର ଦୁଇ ଅପରାଜିତ ବ୍ୟାଟର ଟମ ବ୍ଲୁଣ୍ଡେଲ ଏବଂ ଡେର୍ଲି ମିଚେଲ ୬ଷ୍ଠ ଉଇକେଟରେ ୧୧୩ ରନ୍‌ ଯୋଡ଼ିଥିଲେ। ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ୍‌ରେ ଦୁଇ ବ୍ୟାଟରଙ୍କ ମଧ୍ୟରେ ଏହା ଥିଲା ଚତୁର୍ଥ ଶତକୀୟ ଭାଗିଦାରୀ। ଦୁହେଁ ଅର୍ଦ୍ଧଶତକ ପୂରଣ କରିବା ପରେ ପ୍ୟାଭିଲିଅନ ଫେରିଥିଲେ ମିଚେଲ (୫୬ ରନ୍‌, ୯ ଚୌକା)। ତା’ ପରେ ବ୍ଲୁଣ୍ଡେଲ ଗୋଟିଏ ପଟ ସମ୍ଭାଳି ରଖିଥିବା ବେଳେ ଅନ୍ୟ ପଟେ ଉଇକେଟ ପତନ ଜାରି ରହିଥିଲା। ଫଳରେ ୩୨୬ ରନ୍‌ରେ ନ୍ୟୁଜିଲାଣ୍ଡ ଅଲଆଉଟ୍‌ ହୋଇଯାଇଥିଲା। ବ୍ଲୁଣ୍ଡେଲ ୮୮ (୧୫ ଚୌକା) ରନ୍‌ କରି ଅପରାଜିତ ଥିଲେ। ଘରୋଇ ଇଂଲଣ୍ଡ ପକ୍ଷରୁ ଜ୍ୟାକ ଲିଚ୍‌ ୫ ଉଇକେଟ ସଫଳତା ହାସଲ କରିଥିବା ବେଳେ ମାଟି ପଟ୍ସ ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri