Posted inଖେଳ

ଏକଦିବସୀୟ ସିରିଜ୍‌ ପୂର୍ବରୁ ଇଂଲଣ୍ଡକୁ ବଡ଼ ଝଟ୍‌କା

ପୁଣେ,୨୧।୩: ଟେଷ୍ଟ ଏବଂ ଟି -୨୦ପରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଅନୁଷ୍ଠିତ ହେବ। ଏଥିପାଇଁ ୧୪ ଜଣିଆ ଇଂଲଣ୍ଡ ଦଳ ଘୋଷଣା କରିଛି। ଇୟନ ମୋର୍ଗାନଙ୍କ ନେତୃତ୍ୱରେ ଏହି ଦଳକୁ ବଡ଼ ଝଟ୍‌କା ଲାଗିଛି। ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି ଜୋଫ୍ରା ଆର୍ଚର ଆହତ ଯୋଗୁ ସିରିଜ୍‌ରୁ ବାଦ୍‌ ପଡିଛନ୍ତି। ଆଘାତର ଚିକିତ୍ସା ପାଇଁ ଇଂଲଣ୍ଡ ଫେରିବେ। ଏଥି ସହିତ ଇଂଲଣ୍ଡର ଟେଷ୍ଟ ଦଳର ଅଧିନାୟକ ଜୋ ରୁଟଙ୍କୁ ମଧ୍ୟ ଏହି ଦଳରେ ସ୍ଥାନ ମିଳିନାହିଁ। ପ୍ରଥମ ଥର ପାଇଁ ଇଂଲଣ୍ଡର ଏକଦିବସୀୟ ଦଳରେ ଲିଆମ ଲିଭିଙ୍ଗଷ୍ଟୋନ ସାମିଲ ହୋଇଛନ୍ତି। ସେ ଟି -୨୦ ସିରିଜରେ ଦଳର ଅଂଶ ହୋଇଥିଲେ ମଧ୍ୟ ଗୋଟିଏ ମ୍ୟାଚ ଖେଳିବାର ସୁଯୋଗ ପାଇନଥିଲେ। ଜ୍ୟାକ ବଲ, କ୍ରିସ ଜୋର୍ଡାନ ଏବଂ ଡେଭିଡ ମାଲାନ କଭର ଭାବରେ ଦଳ ସହିତ ଜଡିତ ହେବେ।
ସୂଚନାଯୋଗ୍ୟ, ପୁଣେର ଏମସିଏ ଷ୍ଟାଡିୟମରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜର ୩ଟି ମ୍ୟାଚ ଖେଳାଯିବ। ସିରିଜର ପ୍ରଥମ ମ୍ୟାଚ ମାର୍ଚ୍ଚ ୨୩ରେ ଖେଳାଯିବ, ଏହା ପରେ ୨୬ ଏବଂ ୨୮ ମାର୍ଚ୍ଚରେ ଅବଶିଷ୍ଟ ଦୁଇଟି ଏକଦିବସୀୟ ପୁଣେରେ ମଧ୍ୟ ଖେଳାଯିବ। ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଦଳ ଟେଷ୍ଟ ସିରିଜରେ ଇଂଲଣ୍ଡକୁ ୩-୧ ଏବଂ ଟି-୨୦ ସିରିଜରେ ୩-୨ରେ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଚୁକ୍ତି ଭାରତ ପାଇଁ ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri