Posted inଖେଳ

ଇଂଲଣ୍ଡ-ଭାରତ ଟେଷ୍ଟ ସିରିଜ : ୫୦ ପ୍ରତିଶତ ଦର୍ଶକଙ୍କୁ ମିଳିପାରେ ଅନୁମତି

ନୂଆଦିଲ୍ଲୀ,୨୦।୧: କୋଭିଡ୍‌-୧୯ ମହାମାରୀ କାରଣରୁ ଦେଶରେ କୌଣସି ପ୍ରକାର କ୍ରିକେଟ ଇଭେଣ୍ଟ ଅନୁଷ୍ଠିତ ହୋଇନାହିଁ। ଗତବର୍ଷ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ ବାତିଲ ହେବା ପରେ ଦୀର୍ଘ ମାସର ବ୍ୟବଧାନରେ ଦେଶକୁ ଫେରିବାକୁ ଯାଉଛି କ୍ରିକେଟ। ଏହି ସିରିଜ୍‌ ବେଳେ ଷ୍ଟାଡିୟମରେ ୫୦ ପ୍ରତିଶତ ଦର୍ଶକଙ୍କୁ ମ୍ୟାଚ୍‌ ଉପଭୋଗ କରିବା ଲାଗି ଷ୍ଟାଡିୟମ ଭିତରକୁ ଛଡ଼ା ଯାଇପାରେ। ଚେନ୍ନାଇର ଚେପକ୍‌ ଓ ଅହମ୍ମଦାବାଦର ନବନିର୍ମିତ ମୋଟେରା ଷ୍ଟାଡିୟମରେ ଟେଷ୍ଟ ମ୍ୟାଚ୍‌ଗୁଡିକ ଆୟୋଜନ ହେବ। ତେବେ ମ୍ୟାଚ୍‌ ଅବସରରେ ୫୦ ପ୍ରତିଶତ ଦର୍ଶକଙ୍କୁ ମ୍ୟାଚ୍‌ ଦେଖିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅନୁମତି ଦେଇପାରେ।

ପ୍ରଥମ ଦୁଇଟି ଟେଷ୍ଟ ଚେନ୍ନାଇରେ ଖେଳାଯିବ। ଫେବୃୟାରୀ ୫ ତାରିଖରୁ ପ୍ରଥମ ଟେଷ୍ଟ ଆରମ୍ଭ ହେବ। ସେହିପରି ଅନ୍ତିମ ଦୁଇଟି ଟେଷ୍ଟ ମୋଟେରାରେ ଆୟୋଜନ ହେବ। ଏବେ ୫୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ଦିଆଯାଇପାରେ ବୋଲି ବିସିସିଆଇ ତରଫରୁ କୁହାଯାଇଛି। ଏ ନେଇ ବିସିସିଆଇ ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍‌ସିଏ) ଓ ଗୁଜରାଟ କ୍ରିକେଟ ଆସୋସିଏଶନ (ଜିସିଏ) ଏବଂ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା ଜାରି ରଖିଛି ବୋଲି ବିସିସିଆଇର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri