Posted inଖେଳ

ଶ୍ରୀଲଙ୍କାକୁ ୭ ଉଇକେଟରେ ହରାଇଲା ଇଂଲଣ୍ଡ

ଗାଲେ, ୧୯ା୧ (ଏପି)- ସପ୍ତମ ଉଇକେଟରେ ଜନ୍ନି ବେୟାରଷ୍ଟୋ ଓ ଡାନିଏଲ୍‌ ଲରେନ୍ସଙ୍କ ମଧ୍ୟରେ ଅପରାଜିତ ୫୨ରନର ପାର୍ଟନରଶିପ୍‌ ଯୋଗୁ ଏଠାରେ ଚାଲିଥିବା ପ୍ରଥମ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ୭ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଏହି ମ୍ୟାଚରେ ଶ୍ରୀଲଙ୍କା ଦ୍ୱାରା ଧାର୍ଯ୍ୟ ୭୪ରନର ବିଜୟ ଲକ୍ଷ୍ୟକୁ ଦଳ ବିନା ଦ୍ୱିଧାରେ ହାସଲ କରିନେଇଥିଲା।
ଇଂଲଣ୍ଡ ରବିବାର ଖେଳ ଶେଷ ସୁଦ୍ଧା ଏହାର ଦ୍ୱିତୀୟ ଇନିଂସରେ ୩ ଉଇକେଟ ହରାଇ ୩୮ ରନ କରିଥିଲା। ସୋମବାର ୫ମ ତଥା ଅନ୍ତିମ ଦିବସରେ ବିଜୟ ପାଇଁ ଭ୍ରମଣକାରୀ ଦଳ ଆଉ ମାତ୍ର ୩୬ ରନ ଆବଶ୍ୟକ କରୁଥିଲା। ପୂର୍ବଦିନରୁ ଅପରାଜିତ ରହିଥିବା ବେୟାରଷ୍ଟୋ ଓ ଲରେନ୍ସ ଦୃଢ ବ୍ୟାଟିଂ କରି ଦଳର ସ୍କୋରକୁ ୭୬/୩ରେ ପହଞ୍ଚାଇ ବିଜୟୀ କରାଇଥିଲେ। ବେୟାରଷ୍ଟୋ ୬୫ ବଲ୍‌ରୁ ୩୫ ରନ କରି ଅପରାଜିତ ରହିଥିଲେ। ପ୍ରଥମ ଇନିଂସରେ ଅର୍ଦ୍ଧଶତକ ହାସଲ କରିଥିବା ଲରେନ୍ସ ୨୧ରନ କରି ନଟଆଉଟ ରହିଥିଲେ। ସକାଳେ ଖେଳ ଆରମ୍ଭରେ ଶ୍ରୀଲଙ୍କା ପାଇଁ ଏକ ବ୍ରେକ୍‌ ଥ୍ରୁର ସୁଯୋଗ ଥିଲା। ତୃତୀୟ ଓଭରରେ ଅଫ୍‌ ସ୍ପିନର ଦିଲରୁଓ୍ବାନ ପେରେରାଙ୍କ ବଲ୍‌ରେ ହୁଏତ ବେୟାରଷ୍ଟୋ ଏଲ୍‌ବିଡବ୍ଲ୍ୟୁ ହୋଇପାରି ଥାନ୍ତେ,ହେଲେ କାମଚଳା ଅଧିନାୟକ ଦିନେଶ ଚାଣ୍ଡିମଲ ଟେଲିଭିଜନ ରେଫରାଲ ପାଇଁ ଅପିଲ କରି ନ ଥିଲେ। ଶ୍ରୀଲଙ୍କାରେ ଇଂଲଣ୍ଡର ଏହା ହେଉଛି କ୍ରମାଗତ ଚତୁର୍ଥ ଟେଷ୍ଟ ବିଜୟ। ଦଳ ପାଇଁ ନିଶ୍ଚୟ ଏହା ଏକ ବଡ଼ ସଫଳତା। ଆଉ ୪ ଦିନ ପରେ ଗାଲେଠାରେ ଦୁଇ ଦଳ ମଧ୍ୟରେ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଖେଳାଯିବ।
ସଂକ୍ଷିପ୍ତ ସ୍କୋର ବୋର୍ଡ
ଶ୍ରୀଲଙ୍କା ପ୍ରଥମ ଇନିଂସ: ୧୩୫
ଇଂଲଣ୍ଡ ପ୍ରଥମ ଇନିଂସ: ୪୨୧
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୩୫୯
ଇଂଲଣ୍ଡ ଦ୍ୱିତୀୟ ଇନିଂସ: ୭୬/୩ (ଜନ୍ନି ବେୟାରଷ୍ଟୋ-୩୫*, ଡାନିଏଲ ଲରେନ୍ସ-୨୧*, ଲସିଥ୍‌ ଏମ୍ବୁଲଡେନିୟା-୨/୨୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri