Posted inଖେଳ

ଇଂଲଣ୍ଡ ଦଳରେ ୯ ନୂଆ ଚେହେରା

ଲଣ୍ଡନ,୬।୭: ପାକିସ୍ତାନ ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ୍‌ ପାଇଁ ଦଳ ଘୋଷଣା କରିଛି ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି)। ନିୟମିତ ଦଳର ୩ ଖେଳାଳି ଓ ୪ ଷ୍ଟାଫ୍‌ ସଦସ୍ୟଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସିରିଜ୍‌ ଆରମ୍ଭ ହେବାର ଦୁଇ ଦିନ ପୂର୍ବରୁ ଇସିବିକୁ ଏଭଳି ପରିବର୍ତ୍ତନ କରିବାକୁ ପଡ଼ିଛି।

କାର୍ଡିଫଠାରୁ ଆରମ୍ଭ ହେବାକୁ ଥିବା ଦିନିକିଆ ସିରିଜ୍‌ ଲାଗି ବେନ ଷ୍ଟୋକ୍ସଙ୍କ ନେତୃତ୍ୱରେ ୧୮ ଜଣିଆ ଦଳ ଘୋଷଣା କରାଯାଇଛି। ଦଳରେ ୯ ନୂଆ ମୁହଁ ସ୍ଥାନ ପାଇଛନ୍ତି। ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ୍‌ ଶେଷ ହେବା ପରେ ଇଂଲଣ୍ଡ ଖେଳାଳି ଓ ଷ୍ଟାଫ୍‌ ମେମ୍ବରଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା।

ପଜିଟିଭ ଚିହ୍ନଟ ହୋଇଥିବା ଖେଳାଳିଙ୍କୁ ୟୁକେ ସରକାରଙ୍କ କ୍ୱାରେଣ୍ଟିନ ପ୍ରୋଟୋକଲ ଅନୁଯାୟୀ ଆଇସୋଲେଶନରେ ରହିବାକୁ ପଡ଼ିବ। ଦଳର ଅନ୍ୟ ସଦସ୍ୟଙ୍କୁ ମଧ୍ୟ ଆଇସୋଲେଟ୍‌ କରାଯିବ। କାରଣ ସେମାନେ ପଜିଟିଭ ଚିହ୍ନଟ ହୋଇଥିବା ଖେଳାଳିଙ୍କ ସିଧାସଳଖ ସମ୍ପର୍କରେ ଆସିଛନ୍ତି ବୋଲି ଇସିବି ପକ୍ଷରୁ ବିଜ୍ଞପ୍ତିରେ କୁହାଯାଇଛି। ଇଂଲଣ୍ଡ ଦଳ ପାକିସ୍ତାନ ବିପକ୍ଷରେ ୩ଟିକିଆ ଦିନିକିଆ ଓ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳିବାର ଅଛି। ଆଇପିଏଲରେ ଆହତ ହେବା ପରଠୁ ଅନ୍ତର୍ଜାତୀୟ କ୍ରିକେଟ ଖେଳି ନ ଥିବା ଅଲରାଉଣ୍ଡର ଷ୍ଟୋକ୍ସଙ୍କୁ ଦଳର ଅଧିନାୟକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri