Posted inଖେଳ

ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି କ୍ରିକେଟର,୧୪ ବର୍ଷ କ୍ୟାରିୟରରେ…

ନୂଆଦିଲ୍ଲୀ,୨୨।୧: ଗୋଟିଏ ପଟେ ଇଂଲଣ୍ଡ ଦଳ ଭାରତ ବିପକ୍ଷରେ ଟି-୨୦ ସିରିଜ ଖେଳୁଥିବା ବେଳେ ଜଣେ ଇଂଲଣ୍ଡ କ୍ରିକେଟର ଅବସର ଘୋଷଣା କରି ଚମକାଇଛନ୍ତି। ସେ ହେଲେ ଲିଆମ ଥମାସ। ଲିଆମ୍‌ ତାଙ୍କ ୧୪ ବର୍ଷର କ୍ୟାରିଅରରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ତେବେ ସେ ନିଜର ଅବସର ନେଇ ଘୋଷଣା କରିବା ପରେ, ଇଂଲଣ୍ଡ କ୍ରିକେଟ ବୋର୍ଡ ତାଙ୍କୁ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଛନ୍ତି। ଲିଆମ ଦିବ୍ୟାଙ୍ଗ ଟିମ୍‌ର ଜଣେ ବହୁତ ସ୍ବତନ୍ତ୍ର ଖେଳାଳି ଥିଲେ, କାରଣ ତାଙ୍କର ଗୋଟିଏ ଗୋଡ଼ ନଥିବା ସତ୍ତ୍ୱେ ସେ ଚମତ୍କାର ଫିଲ୍ଡିଂ କରୁଥିଲେ।

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍‌ ପୂର୍ବରୁ ଲିଆମ ତାଙ୍କର ଅବସର ଘୋଷଣା କରିଛନ୍ତି। ଇଂଲଣ୍ଡ କ୍ରିକେଟ ବୋର୍ଡ ଏହାର ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରୁ କ୍ରିକେଟରଙ୍କର ଏକ ଭିଡିଓ ଶେୟାର କରିଛି, ଯେଉଁଥିରେ ସେ ଚମତ୍କାର ଫିଲ୍ଡିଂ କରୁଥିବାର ଦେଖାଯାଉଛି। ଏକ ମ୍ୟାଚ ସମୟରେ, ପଡ଼ିଆରେ ଫିଲ୍ଡିଂ କରୁଥିବା ସମୟରେ ଥମାସଙ୍କ କୃତ୍ରିମ ଗୋଡ ଖସି ଯାଇଥିଲା। ଏହା ସତ୍ତ୍ୱେ, ସେ ଫିଲ୍ଡିଂ ଜାରି ରଖିଥିଲେ ଏବଂ ଗୋଟିଏ ଗୋଡରେ ଦୌଡ଼ିଥିଲେ। ଏହି ଦୁର୍ଘଟଣା ୨୦୧୬ ମସିହାରେ ଏକ ମ୍ୟାଚ୍‌ ସମୟରେ ପଡ଼ିଆରେ ଘଟିଥିଲା। ତା’ପରେ ଖେଳ ପ୍ରତି ଥମାସଙ୍କ ଉତ୍ସର୍ଗୀକୃତତାକୁ ବହୁତ ପ୍ରଶଂସା କରାଯାଇଥିଲା।

ଲିଆମ ଜଣେ ଉଇକେଟକିପର ବ୍ୟାଟ୍ସମ୍ୟାନ ଥିଲେ।ସେ ବର୍ଷ ବର୍ଷ ଧରି ଇଂଲଣ୍ଡ ଦିବ୍ୟାଙ୍ଗ ଟିମ୍‌ ପାଇଁ ଖେଳୁଥିଲେ। ସେ ୨୦୧୩ ରୁ ୨୦୧୮ ପର୍ଯ୍ୟନ୍ତ ଏହି ଦଳର ଅଂଶ ଥିଲେ। ଏହା ବ୍ୟତୀତ ସେ ସ୍କଲ୍ସ କ୍ରିକେଟ୍‌ କ୍ଲବ ପାଇଁ ମଧ୍ୟ କ୍ରିକେଟ ଖେଳିଥିଲେ। ଥମାସ ଜଣେ ଉଇକେଟକିପର ବ୍ୟାଟସମ୍ୟାନ ଭାବରେ ଦଳର ପ୍ରତିନିଧିତ୍ୱ କରିଥିଲେ। ହେଲେ ଏବେ ତାଙ୍କୁ କ୍ରିକେଟ ପଡ଼ିଆରେ ଦେଖିବାକୁ ମିଳିବ ନାହିଁ। ତେବେ ଏହି ଖବର ସାମ୍ନାକୁ ଆସିବା ପରେ ଲିଆମଙ୍କ ପ୍ରଶଂସକ ନିରାଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri