Posted inଖେଳ

କଠୋର ହେଲା BCCI: ଆଇପିଏଲରୁ ଇଂଲଣ୍ଡର ଶକ୍ତିଶାଳୀ ଖେଳାଳିଙ୍କୁ ୨ବର୍ଷ ପାଇଁ କରାଗଲା ବାସନ୍ଦ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୩।୩: ଇଂଲଣ୍ଡ ଖେଳାଳି ହ୍ୟାରି ବ୍ରୁକଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ କରାଯାଇଛି। ବ୍ରୁକ ଏବେ ତାଙ୍କର ଦୁଇ ବର୍ଷର ବାସନ୍ଦ ସମାପ୍ତ କରିବା ପରେ ହିଁ ଆଇପିଏଲରେ ଖେଳିପାରିବେ। ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କିଛି ଦିନ ପୂର୍ବରୁ ବ୍ରୁକ ବ୍ୟକ୍ତିଗତ କାରଣରୁ ଆଇପିଏଲ ୨୦୨୫ରୁ ତାଙ୍କ ନାମ ପ୍ରତ୍ୟାହାର କରିନେବା ପରେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଏହି କଠିନ ନିଷ୍ପତ୍ତି ନେଇଛି। ନୂତନ ନିୟମ ଅନୁଯାୟୀ ସେ ଇଣ୍ଡିଆନ ପ୍ରିମିୟର ଲିଗରୁ ୨ ବର୍ଷର ବାସନ୍ଦର ସମ୍ମୁଖୀନ ହୋଇଥିବା ପ୍ରଥମ କ୍ରିକେଟର ମଧ୍ୟ ହୋଇଛନ୍ତି।

ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ପୂର୍ବରୁ ହ୍ୟାରି ବ୍ରୁକ ଆଇପିଏଲ ୨୦୨୫ରେ ନ ଖେଳିବା ସମ୍ପର୍କରେ ବିସିସିଆଇ ସହିତ ଯୋଗାଯୋଗ କରିଥିଲା। ଏହା ପରେ ବିସିସିଆଇ ମାଧ୍ୟମରେ ଦିଲ୍ଲୀ କ୍ୟାପିଟାଲ୍ସ ଫ୍ରାଞ୍ଚାଇଜକୁ ଏହି ସୂଚନା ଦିଆଯାଇଥିଲା। ଆପଣଙ୍କୁ ମନେ ପକାଇ ଦେଉଛୁ ଯେ ମେଗା ନିଲାମରେ ଦିଲ୍ଲୀ କ୍ୟାପିଟାଲ୍ସ ହ୍ୟାରି ବ୍ରୁକଙ୍କୁ ୬.୨୫ କୋଟି ଟଙ୍କାରେ କିଣିଥିଲା।

ହ୍ୟାରି ବ୍ରୁକଙ୍କୁ ଆଇପିଏଲରୁ ୨ ବର୍ଷ ପାଇଁ ବାସନ୍ଦ କରିବା ସମ୍ପର୍କରେ ଇସିବି ଅଧିକାରୀମାନଙ୍କ ସହିତ ଯୋଗାଯୋଗ କରାଯାଇଛି। ସୂତ୍ର କହିଛି ଯେ ଗତ ବର୍ଷ ନିଲାମ ପୂର୍ବରୁ ସମସ୍ତ ଖେଳାଳିଙ୍କୁ ନୂତନ ନିୟମ ବିଷୟରେ ଅବଗତ କରାଯାଇଥିଲା। ବୋର୍ଡ ଏହି ନୂତନ ନିୟମ ପ୍ରସ୍ତୁତ କରିଛି ଏବଂ ପ୍ରତ୍ୟେକ ଖେଳାଳିଙ୍କୁ ନୂତନ ନିୟମ ପାଳନ କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri