Posted inଖେଳ

ପାକିସ୍ତାନରେ ଇଂଲଣ୍ଡ ଖେଳାଳି ଅଜଣା ଭୂତାଣୁ ଦ୍ୱାରା ଆକ୍ରାନ୍ତ…

ଇସଲାମାବାଦ,୩୦।୧୧ : ଇଂଲଣ୍ଡ ଦଳ ବର୍ତ୍ତମାନ ପାକିସ୍ତାନ ଗସ୍ତରେ ଅଛି। ଦୁଇ ଦଳ ମଧ୍ୟରେ ଟେଷ୍ଟ ସିରିଜ ଗୁରୁବାର ଠାରୁ ରାୱଲପିଣ୍ଡିରେ ଆରମ୍ଭ ହେଉଛି। ଏହାପୂର୍ବରୁ ଇଂଲଣ୍ଡ ଖେଳାଳିଙ୍କ ଉପରେ ଭାଇରାଲ ଆକ୍ରମଣ ହୋଇଛି। ଅଧିନାୟକ ବେନ ଷ୍ଟୋକ୍ସଙ୍କ ସମେତ ବହୁ ଖେଳାଳି ଅଜଣା ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ, ଇଂଲଣ୍ଡ ଦଳର ୧୪ ଜଣ ସଦସ୍ୟଙ୍କୁ ହୋଟେଲ ହୋଟେଲରେ ବିଶ୍ରାମ ନେବାକୁ କୁହାଯାଇଛି। କେବଳ ପାଞ୍ଚ ଜଣ ଖେଳାଳି ଅଛନ୍ତି ଯେଉଁମାନେ ବୁଧବାର ଅଭ୍ୟାସ କରିବାକୁ ଆସିଥିଲେ। ସେମାନଙ୍କ ମଧ୍ୟରେ ଜୋ ରୁଟ, ଜ୍ୟାକ କ୍ରୋଲେ, ହ୍ୟାରି ବ୍ରୁକ, ଓଲି ପୋପ ଏବଂ କିଟ ଜେନିଙ୍ଗ୍ସ ଅଛନ୍ତି।

ମିଡିଆ ରିପୋର୍ଟ ଅନୁଯାୟୀ, ଆକ୍ରାନ୍ତ ଖେଳାଳିଙ୍କ ମଧ୍ୟରେ କରୋନାର କୌଣସି ଲକ୍ଷଣ ନାହିଁ। ୨୪ ଘଣ୍ଟା ମଧ୍ୟରେ ଖେଳାଳିମାନେ ସୁସ୍ଥ ହୋଇଯିବେ ବୋଲି ଦଳ ପରିଚାଳନା ବୋର୍ଡ ଆଶାବାଦୀ ଅଛନ୍ତି। ବୁଧବାର ଇଂଲଣ୍ଡ ଦଳ ପ୍ରଥମ ଟେଷ୍ଟ ପାଇଁ ପ୍ଲେଇଙ୍ଗ-୧୧ ଘୋଷଣା କରିଥିଲା। ଏଥିରେ ଲିଆମ ଲିଭିଙ୍ଗଷ୍ଟୋନ ତାଙ୍କର ଟେଷ୍ଟ ଡେବ୍ୟୁ କରିବାକୁ ଯାଉଛନ୍ତି ବୋଲି ଦର୍ଶାଯାଇଛି।

ପାକିସ୍ତାନ କ୍ରିକେଟ ବୋର୍ଡ ଇଂଲଣ୍ଡ କ୍ରିକେଟ ବୋର୍ଡ ସହିତ ଆଲୋଚନା କରୁଛି। ଏହା ସମ୍ଭବ ଯେ ଟେଷ୍ଟ ସିରିଜର କାର୍ଯ୍ୟସୂଚୀ ମଧ୍ୟ ପରିବର୍ତ୍ତନ ହୋଇପାରେ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇଂଲଣ୍ଡ ଦଳର ଖେଳାଳି ଏବଂ କିଛି କର୍ମଚାରୀ ଫୁଡ ପଏଜନିଂର ଶିକାର ହୋଇଥିଲେ ଏବଂ ପେଟ ଯନ୍ତ୍ରଣାରେ ପୀଡିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri