Posted inଖେଳ

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ ଶ୍ରେଣୀ (First-Class) କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। କାଉଣ୍ଟି କ୍ରିକେଟ ସିଜିନ ମଝିରେ ହିଁ ସେ ଏଭଳି ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।
ଇଂଲଣ୍ଡ ଏବଂ ହାମ୍ପସାୟର୍ର ଷ୍ଟାର୍‌ ଅଲରାଉଣ୍ଡର ଲିଆମ ଡସନ ନିଜର ପ୍ରଥମ ଶ୍ରେଣୀ କ୍ୟାରିୟରରେ ପୂର୍ଣ୍ଣଛେଦ ପକାଇଛନ୍ତି। ସେ ନିଜର ହ୍ବାଇଟ-ବଲ (White-ball) କ୍ୟାରିୟରକୁ ଆହୁରି ଅଧିକ ସମୟ ପର୍ଯ୍ୟନ୍ତ ଜାରି ରଖିବା ପାଇଁ ଏହି ନିଷ୍ପତ୍ତି ନେଇଥିବା ଜଣାଇଛନ୍ତି। ସେ ହାମ୍ପସାୟର୍‌ ପାଇଁ ଟି-୨୦ ବ୍ଲାଷ୍ଟ ଏବଂ ଦିନିକିଆ କପ୍‌ରେ ଖେଳିବା ଜାରି ରଖିବେ।
ଡସନ ହାମ୍ପସାୟର୍‌ ପାଇଁ ୨୦୦ରୁ ଅଧିକ ପ୍ରଥମ ଶ୍ରେଣୀ ମ୍ୟାଚ ଖେଳି ୧୦,୦୦୦ରୁ ଅଧିକ ରନ ଏବଂ ୩୫୦ରୁ ଅଧିକ ୱିକେଟ ହାସଲ କରିଛନ୍ତି। ଇଂଲଣ୍ଡ ପାଇଁ ସେ ୪ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି। ଭାରତ ବିରୋଧରେ ଡେବ୍ୟୁ କରି ସେ ନାବାଦ ୬୬ ରନ୍‌ର ଏକ ଦମଦାର ଇନିଂସ ଖେଳିଥିଲେ।

୨୦୨୪ ସିଜିନ ତାଙ୍କ ପାଇଁ ସବୁଠାରୁ ଶ୍ରେଷ୍ଠ ରହିଥିଲା। ସେ ’PCA ମେନ୍ସ ପ୍ଲେୟାର ଅଫ ଦି ଇୟର’ ଏବଂ ‘କାଉଣ୍ଟି ଚାମ୍ପିୟନଶିପ ପ୍ଲେୟାର ଅଫ ଦି ଇୟର’ ଭଳି ସମ୍ମାନଜନକ ପୁରସ୍କାର ଜିତିବା ସହ ୱିଜଡେନର ପାଞ୍ଚଜଣ ଶ୍ରେଷ୍ଠ କ୍ରିକେଟରଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ତେବେ ଅବସର ନେବା ସମୟରେ ଡସନ କହିଛନ୍ତି, ଏହି ନିଷ୍ପତ୍ତି ନେବା ସହଜ ନ ଥିଲା, କିନ୍ତୁ ହ୍ବାଇଟ-ବଲ କ୍ରିକେଟକୁ ଲମ୍ବା ସମୟ ପର୍ଯ୍ୟନ୍ତ ଖେଳିବା ପାଇଁ ଏହା ହିଁ ସଠିକ ସମୟ। ହାମ୍ପସାୟର୍‌ ପାଇଁ ୨୦୦ ମ୍ୟାଚ ଖେଳିବା ମୋ ପାଇଁ ଗର୍ବର ବିଷୟ।
କହିରଖୁଛୁ, ୨୧ତମ ଶତାବ୍ଦୀରେ ହାମ୍ପସାୟର୍‌ ପାଇଁ ସର୍ବାଧିକ ରନ ସଂଗ୍ରହକାରୀଙ୍କ ତାଲିକାରେ ଡସନ ଚତୁର୍ଥ ସ୍ଥାନରେ ରହିଛନ୍ତି। ତାଙ୍କର ଏହି ନିଷ୍ପତ୍ତି ତାଙ୍କ ପ୍ରଶଂସକଙ୍କୁ ଦୁଃଖୀ କରିଥିଲେ ମଧ୍ୟ ସୀମିତ ଓଭର କ୍ରିକେଟରେ ତାଙ୍କର ଜଲୱା ଦେଖିବାକୁ ମିଳିବ।.
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?