Posted inଖେଳ

ଚତୁର୍ଥ ଟେଷ୍ଟରେ ଇଂଲଣ୍ଡ ଖେଳାଳି ଓଜନ ହରାଇଥିଲେ: ଷ୍ଟୋକ୍ସ

ଅହମଦାବାଦ,୧୦।୩ (ପି.ଟି.): ଭାରତ ବିପକ୍ଷରେ ଚତୁର୍ଥ ଟେଷ୍ଟ ଖେଳିବା ଅବସରରେ ଇଂଲଣ୍ଡ ଖେଳାଳିମାନେ ଓଜନ ହରାଇଥିଲେ ବୋଲି ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ କହିଛନ୍ତି। ମ୍ୟାଚ୍‌ ପୂର୍ବରୁ ଆମ ଖେଳାଳିମାନଙ୍କ ପାକସ୍ଥଳୀରେ ସମସ୍ୟା ଦେଖାଦେଇଥିଲା ବୋଲି ସେ କହିଛନ୍ତି।
ଏହି ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଇଂଲଣ୍ଡ ୧-୩ ବ୍ୟବଧାନରେ ପରାସ୍ତ ହୋଇଥିଲା। ଚତୁର୍ଥ ଟେଷ୍ଟରେ ଇଂଲଣ୍ଡ ଏକ ଇନିଂସ ଓ ୨୫ ରନରେ ପରାସ୍ତ ହୋଇଥିଲା। ଅହମଦାବାଦରେ ୪୧ ଡିଗ୍ରୀ ତାପମାତ୍ରରେ ଖେଳିବା ଆମ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ଥିଲା। ଆମ ଦଳରେ କେତେଜଣ ସଦସ୍ୟ ଅସୁସ୍ଥ ହୋଇପଡିଥିଲେ ବୋଲି ଷ୍ଟୋକ୍ସ ‘ଡେଲି ମିରର’କୁ ସାକ୍ଷାତକାର ଦେବା ଅବସରରେ କହିଛନ୍ତି।
ଗୋଟିଏ ସପ୍ତାହରେ ଡମ୍‌ ସିବ୍‌ଲି ୪ କେ.ଜି., ଜିମ୍ମି ଆଣ୍ଡରସନ ୩ କେ.ଜି. ଓ ମୁଁ ୫ କେ.ଜି. ଓଜନ ହରାଇଛୁ। ସେହିପିର ଜ୍ୟାକ୍‌ ଲିଚ୍‌ ପ୍ରତ୍ୟେକ ବୋଲିଂ ସ୍ପେଲ୍‌ ପରେ ପ୍ୟାଭିଲିୟନ ଫେରି ଟଏଲେଟ୍‌ ଯାଉଥିଲେ । ତେବେ ପରାଜୟ ପାଇଁ ଏହି ଘଟଣାକୁ ଦାୟୀ କରୁନାହିଁ। ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଚମତ୍କାର ଖେଳିଥିଲେ। ଇଂଲଣ୍ଡକୁ ଜିତାଇବା ପାଇଁ ଆମେ ଯଥାସମ୍ଭବ ପ୍ରୟାସ କରିଥିଲୁ। ଏବେ ପ୍ରଦର୍ଶନରେ କିଭଳି ଉନ୍ନତି ଆଣିବୁ ସେ ନେଇ ପ୍ରୟାସ କରିବୁ ବୋଲି ଷ୍ଟୋକ୍ସ କହିଛନ୍ତି। ଦଳରେ ଏକାଧିକ ଖେଳାଳି ପ୍ରଥମଥର ପାଇଁ ଭାରତ ଗସ୍ତ କରିଥିଲେ। ଅର୍ଥାତ ଭାରତରେ ଖେଳିବାର ଅଭିଜ୍ଞତା ଏମାନଙ୍କ ପାଖରେ ନ ଥିଲା। ତେବେ ଏହା କ୍ରିକେଟର ଅଂଶବିଶେଷ। ଓଲି ପୋପ୍‌, ଜ୍ୟାକ କ୍ରଲି ଓ ଡୋମ ସିବ୍‌ଲିଙ୍କ ଭଳି ଯୁବ ଖେଳାଳି ଏହି ସିରିଜରେ ଉତ୍ସାହଜନକ ପ୍ରଦର୍ଶନ କରିଥିଲେ। ଏହି ପରାଜୟକୁ ପଛରେ ପକାଇ ଆଗକୁ ବଢିବାକୁ ହେବ ବୋଲି ଷ୍ଟୋକ୍ସ କହିଛନ୍ତି। ଏବେ ଇଂଲଣ୍ଡ ଓ ଭାରତ ଏକ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଖେଳିବେ। ୧୨ ତାରିଖ ଶୁକ୍ରବାର ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri