Posted inଖେଳ

ଇଂଲଣ୍ଡ ଖେଳାଳି ଆଇପିଏଲ୍‌ର ବାକି ମ୍ୟାଚ୍‌ରେ ସାମିଲ ନ ହୋଇପାରନ୍ତି

ଲଣ୍ଡନ,୧୨।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଅନିର୍ଦ୍ଦିଷ୍ଟ କାଳ ପାଇଁ ସସ୍‌ପେଣ୍ଡ ହୋଇଛି। ତେବେ ଆଇପିଏଲ୍‌ର ବାକି ମ୍ୟାଚ୍‌ଗୁଡିକ ପୁଣିଥରେ ଆୟୋଜନ ହେଲେ ଇଂଲଣ୍ଡ ଖେଳାଳିମାନେ ଏଥିରେ ସାମିଲ ହୋଇପାରିବେ ନାହିଁ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଡାଇରେକ୍ଟର ଅଫ୍‌ କ୍ରିକେଟ ଆଶଲେ ଜାଇଲ୍ସ କହିଛନ୍ତି। ବ୍ୟସ୍ତବହୁଳ ଅନ୍ତର୍ଜାତୀୟ କାର୍ଯ୍ୟସୂଚୀ ପାଇଁ ଏପରି ଆଶଙ୍କା ରହିଛି ବୋଲି ସେ କହିଛନ୍ତି।
ବାୟୋବବଲରେ କୋଭିଡ୍‌-୧୯ର ଏକାଧିକ ସଂକ୍ରମଣ କାରଣରୁ ଆଇପିଏଲ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସସ୍‌ପେଣ୍ଡ କରାଯାଇଥିଲା। ଆଇପିଏଲ୍‌ର ପୁନଃ ଆୟୋଜନ ପାଇଁ ଏବେ ଦୁଇଟି ଓ୍ବିଣ୍ଡୋ ଉପଲବ୍ଧ। ଗୋଟିଏ ହେଲା ସେପ୍ଟେମ୍ବରର ଦ୍ୱିତୀୟାର୍ଦ୍ଧ ଓ ଟି୨୦ ବିଶ୍ୱକପ୍‌ (ଅକ୍ଟୋବର- ନଭେମ୍ବର) ମଧ୍ୟରେ। ଅନ୍ୟଟି ହେଲା ନଭେମ୍ବର ମାସର ମଝାମଝି ପରେ। କିନ୍ତୁ ଏହି ଦୁଇ ସମୟ ଅବଧିରେ ଇଂଲଣ୍ଡ କ୍ରିକେଟ ଦଳ ଅନ୍ୟ ସିରିଜ ଖେଳିବାରେ ବ୍ୟସ୍ତ ରହିଥିବ। ସେପ୍ଟେମ୍ବର ଓ ଅକ୍ଟୋବରରେ ଇଂଲଣ୍ଡ ବାଂଲାଦେଶ ଓ ପାକିସ୍ତାନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛ। ପୁଣି ଟି୨୦ ବିଶ୍ୱକପ୍‌ ପରେ ଅଷ୍ଟ୍ରେଲିଆ ଆଶେସ ଖେଳିବାରେ ବ୍ୟସ୍ତ ରହିଥିବ। ଆମ ପାଖରେ ଫ୍ୟୁଚର ଟୁର୍‌ ପ୍ରୋଗ୍ରାମ (ଏଫ୍‌ଟିପି)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ରହିଛି ବୋଲି ଜାଇଲ୍ସ କହିଛନ୍ତି। ଆଇପିଏଲ୍‌ର ବିଭିନ୍ନ ଫ୍ରାଞ୍ଚାଇଜ୍‌ରେ ୧୧ଜଣ ଇଂଲଣ୍ଡ କ୍ରିକେଟର ସାମିଲ ରହିଛନ୍ତି। ଟି୨୦ ବିଶ୍ୱକପ୍‌, ଆଶେସ ଓ ଅନ୍ୟ ହାଇପ୍ରୋଫାଇଲ ଇଭେଣ୍ଟ କାରଣରୁ ଇଂଲଣ୍ଡ ଖେଳାଳି ଆଇପିଏଲ୍‌ ଖେଳିବା ନେଇ ଆଶଙ୍କା ସୃଷ୍ଟି ହୋଇଛି ବୋଲି ସେ କହିଛନ୍ତି। ତେବେ ଆଇପିଏଲର ବାକିଥିବା ମ୍ୟାଚ୍‌ଗୁଡିକ ସ୍ଥିରୀକୃତ ହେବା ପରେ ଯାହା କିଛି କୁହାଯାଇପାରିବ। ଅବଶ୍ୟ ଏ ନେଇ କୌଣସି ଅନ୍ତିମ ନିଷ୍ପତ୍ତି ନିଆଯାଇନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri