Posted inଖେଳ

ଆଇପିଏଲ୍‌ର ବାକି ମ୍ୟାଚ୍‌ରେ ନ ଖେଳିପାରନ୍ତି ଇଂଲଣ୍ଡ ଖେଳାଳି

ଲଣ୍ଡନ,୧୧।୫ : ଆଇପିଏଲର ୧୪ତମ ସଂସ୍କରଣର ଦ୍ୱିତୀୟାର୍ଦ୍ଧକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ କରିଦିଆଯାଇଛି। ତେବେ ଆଇପିଏଲ୍‌ର ବାକି ମ୍ୟାଚ୍‌ଗୁଡିକ ପୁଣିଥରେ ଆୟୋଜନ ହେଲେ ଇଂଲଣ୍ଡ ଖେଳାଳିମାନେ ଖେଳି ପାରିବେ ନାହିଁ। ଏହା କହିଛନ୍ତି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଡାଇରେକ୍ଟର ଅଫ୍‌ କ୍ରିକେଟ ଆଶଲେ ଜାଇଲ୍ସ। ଇଂଲଣ୍ଡ ଜାତୀୟ ଦଳର ବ୍ୟସ୍ତବହୁଳ ଅନ୍ତର୍ଜାତୀୟ କାର୍ଯ୍ୟସୂଚୀ ପାଇଁ ଏପରି ଆଶଙ୍କା ସୃଷ୍ଟି ହୋଇଛି।

ଏକାଧିକ ଖେଳାଳି ଆକ୍ରାନ୍ତ ହେବା ପରେ ଆଇପିଏଲ୍‌କୁ ରୋକି ଦିଆଯାଇଛି। ଏହାର ବଳକା ୩୧ ମ୍ୟାଚ୍‌ ଆୟୋଜନ ପାଇଁ ଉପଲବ୍ଧ ଅଛି ଏବେ ଦୁଇଟି ଓ୍ବିଣ୍ଡୋ । ଗୋଟିଏ ହେଲା ଟି୨୦ ବିଶ୍ୱକପ୍‌ ପୂର୍ବରୁ। ଅନ୍ୟଟି ବିଶ୍ୱକପ୍‌ ଠିକ ପରେ। କିନ୍ତୁ ଏହି ଦୁଇ ଅବଧିରେ ଇଂଲଣ୍ଡ ଖେଳାଳି ଅନ୍ୟ ସିରିଜରେ ବ୍ୟସ୍ତ ରହିବେ। ସେପ୍ଟେମ୍ବର ଓ ଅକ୍ଟୋବରରେ ଇଂଲଣ୍ଡ ବାଂଲାଦେଶ ଏବଂ ପାକିସ୍ତାନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆଉ ଟି୨୦ ବିଶ୍ୱକପ୍‌ ପରେ ଖେଳାଯିବ ଆଶେସ।

ଆଇପିଏଲ୍‌ର ବିଭିନ୍ନ ଫ୍ରାଞ୍ଚାଇଜ୍‌ରେ ୧୧ଜଣ ଇଂଲଣ୍ଡ ଖେଳାଳି ରହିଛନ୍ତି। ଟି୨୦ ବିଶ୍ୱକପ୍‌, ଆଶେସ ଓ ଅନ୍ୟ ହାଇପ୍ରୋଫାଇଲ ଇଭେଣ୍ଟ କାରଣରୁ ଇଂଲଣ୍ଡ ଖେଳାଳି ଆଇପିଏଲ୍‌ ଖେଳିବାର ସମ୍ଭାବନା କମ୍‌ ଅଛି ବୋଲି ଜାଇଲ୍ସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri