Posted inଖେଳ

ଭାରତକୁ ୨୬୦ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଇଂଲଣ୍ଡ

ମାଞ୍ଚେଷ୍ଟର,୧୭।୭: ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଥିବା ତୃତୀୟ ଦିନିକିଆରେ ଇଂଲଣ୍ଡ ଟିମ ଇଣ୍ଡିଆକୁ ୨୬୦ ରନ ଲକ୍ଷ୍ୟ ଦେଇଛି। ଟସ ହାରିବା ପରେ ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଦଳ ୪୫.୫ ଓଭରରେ ୨୫୯ ରନ କରି ଅଲଆଉଟ୍‌ ହୋଇଯାଇଥିଲା। ଇଂଲଣ୍ଡ ପାଇଁ ଅଧିନାୟକ ଜୋସ ବଟଲର ସର୍ବାଧିକ ୬୦ ରନ ସଂଗ୍ରହ କରିଥିଲେ। ମୋଇନ ଅଲୀ ୩୪, ଜେସନ ରୟ ୪୧, ଲିଆମ ଲିଭିଙ୍ଗଷ୍ଟୋନ ୨୭ ଏବଂ କ୍ରେଗ ଓଭରଟନ ୩୨ ରନ ସ୍କୋର କରିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ଭାରତ ପାଇଁ ଚମତ୍କାର କରିଥିଲେ। ସେ ୭ ଓଭରରେ ୩ ମେଡେନ ସହ ମାତ୍ର ୨୪ ରନ ଦେଇ ଚାରିଟି ଉଇକେଟ ନେଇଥିଲେ। ଦିନିକିଆ ବୋଲିଂରେ ଏହା ତାଙ୍କର ସର୍ବୋତ୍ତମ ପ୍ରଦର୍ଶନ। ୟୁଜବେନ୍ଦ୍ର ଚହଲ ମଧ୍ୟ ୩ଟି ଉଇକେଟ ନେଇଥିଲେ।
ସୂଚନାଯୋଗ୍ୟ,ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଏବେ ୧-୧ରେ ଅଛି। ଭାରତ ପ୍ରଥମ ଦିନିକିଆକୁ ୧୦ ଉଇକେଟରେ ଜିତିଥିବା ବେଳେ ଇଂଲଣ୍ଡ ଦ୍ୱିତୀୟ ଦିନିକିଆକୁ ୧୦୦ ରନରେ ଜିତିଛି। ଆଜିର ମ୍ୟାଚ ଜିତି ଉଭୟ ଦଳ ଦିନିକିଆ ସିରିଜ ହାତେଇବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri