Posted inଖେଳ

IND vs ENG: ଇଂଲଣ୍ଡକୁ ଝଟକା, ଦ୍ୱିତୀୟ ଟେଷ୍ଟରେ ଖେଳିବେନି ଏହି ଷ୍ଟାର ସ୍ପିନର

ନୂଆଦିଲ୍ଲୀ,୧।୨: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଇଂଲଣ୍ଡ କ୍ରିକେଟ ଦଳ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ଦଳର ଷ୍ଟାର ସ୍ପିନର ଜ୍ୟାକ ଲିଚ ଆହତ ହୋଇଛନ୍ତି। ସେ ୨ ଫେବୃଆରୀରୁ ବିଶାଖାପାଟନମରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟରେ ଖେଳିବେ ନାହିଁ। ଟାଇମ୍ସ ଡଟ କମ ରିପୋର୍ଟ ଅନୁଯାୟୀ, ଜ୍ୟାକ ଲିଚ ଆଣ୍ଠୁରେ ଆଘାତ ପାଇଛନ୍ତି, ଯେଉଁଥିପାଇଁ ସେ ଦ୍ୱିତୀୟ ଟେଷ୍ଟରୁ ବାଦ୍‌ ପଡିବେ।

ଏହାପୂର୍ବରୁ ଇଂଲଣ୍ଡ ପ୍ରଶିକ୍ଷକ ବ୍ରେଣ୍ଡନ ମ୍ୟାକୁଲମ ବିଶାଖାପାଟନମରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟରେ ଚାରିଜଣ ସ୍ପିନର ଖେଳିବା ବିଷୟରେ କହିଥିଲେ। ତେବେ ବର୍ତ୍ତମାନ ତାଙ୍କ ଯୋଜନା ବିଫଳ ହୋଇଥିବା ଜଣାପଡିଛି, କାରଣ ଦଳରେ ଉପସ୍ଥିତ ଥିବା ସିନିୟର ସ୍ପିନର ଜ୍ୟାକ ଲିଚ ଆହତ କାରଣରୁ ଦ୍ୱିତୀୟ ଟେଷ୍ଟ ଖେଳି ପାରିବେ ନାହିଁ।

ରିପୋର୍ଟ ଅନୁଯାୟୀ, ହାଇଦ୍ରାବାଦ ଟେଷ୍ଟରେ ଫିଲ୍ଡିଂ କରୁଥିବା ବେଳେ ଏହି ବାମହାତୀ ସ୍ପିନର ଆହତ ହୋଇଥିଲେ। ତାଙ୍କ ଆଣ୍ଠୁରେ ଦୁଇଥର ଆଘାତ ଲାଗିଛି। ଏହା ପରେ ଚତୁର୍ଥ ଇନିଂସରେ ବୋଲିଂ ହେତୁ ଲିଚ୍‌ଙ୍କ ଆଘାତ ଆହୁରି ବଢିଯାଇଥିଲା। ଏଭଳି ପରିସ୍ଥିତିରେ ସେ ବିଶାଖାପାଟନମ ଟେଷ୍ଟ ପୂର୍ବରୁ ଅଭ୍ୟାସ ସେସନରେ ବୋଲିଂ କରିନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri