Posted inଖେଳ

ଭାରତ ବିପକ୍ଷ ଟି୨୦ ସିରିଜ ପାଇଁ ଇଂଲଣ୍ଡ ଦଳ

ଲଣ୍ଡନ, ୧୨ା୨ (ପି.ଟି.)-ଭାରତ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଗୁରୁବାର ୧୬ ଜଣିଆ ଇଂଲଣ୍ଡ କ୍ରିକେଟ ଦଳ ଘୋଷଣା କରାଯାଇଛି। ଏଥିରେ ସିନିୟର ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋସ୍‌ ବଟଲର ଓ ଜନିି ବେୟାରଷ୍ଟୋ ସ୍ଥାନ ପାଇଛନ୍ତି। ଟି୨୦ ସିରିଜ ଅହମ୍ମଦାବାଦରେ ମାର୍ଚ୍ଚ ୧୨ରୁ ୨୦ ମଧ୍ୟରେ ହେବ। ଭାରତ ବିପକ୍ଷ ଓପନିଂ ଟେଷ୍ଟ ପରେ ବଟଲର ସ୍ବଦେଶ ଫେରିଛନ୍ତି। ଇଂଲଣ୍ଡର ରୋଟେଶନ ନୀତି ଅନୁସାରେ ବେୟାରଷ୍ଟୋଙ୍କୁ ଭାରତ ବିପକ୍ଷ ପ୍ରଥମ ଦୁଇ ଟେଷ୍ଟରୁ ବିଶ୍ରାମ ଦିଆଯାଇଛି। ଆଇପିଏଲ ଫ୍ରାଞ୍ଚାଇଜ୍‌ ଚେନ୍ନାଇ ସୁପର କିଙ୍ଗ୍ସ ଅଲରାଉଣ୍ଡର ସାମ୍‌ କୁରାନଙ୍କୁ ଟେଷ୍ଟ ସିରିଜରୁ ବିଶ୍ରାମ ଦିଆଯାଇଥିଲା। ତାଙ୍କୁ ଇଂଲଣ୍ଡ ଟି୨୦ ଦଳରେ ନିଆଯାଇଛି। ଭେଟେରାନ ପେସର ଜେମ୍ସ ଆଣ୍ଡରସନ ଏବଂ ଷ୍ଟୁଆର୍ଟ ବ୍ରଡ୍‌ ବହୁ ଦିନ ହେଲା ହ୍ବାଇଟ୍‌ବଲ କ୍ରିକେଟ ଖେଳି ନାହାନ୍ତି। କିନ୍ତୁ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ପାଇଁ ଜୋଫ୍ରା ଆର୍ଚର ଉପଲବ୍ଧ ହେବେ। ଯାହା ଜଣାପଡୁଛି ଚଳିତ ଟେଷ୍ଟ ସିରିଜ ପରେ ତାଙ୍କୁ କେତେବେଳେ ବିଶ୍ରାମ ଦିଆଯାଇ ପାରେ। ଇଂଲଣ୍ଡ ଦଳରେ ଉଦୀୟମାନ ପ୍ରତିଭାସମ୍ପନ୍ନ ଟି୨୦ ଖେଳାଳି ଦାଓ୍ବିଦ ମଲାନ ସ୍ଥାନ ପାଇଛନ୍ତି। ଫେବୃୟାରୀ ୧୮ରେ ଚେନ୍ନାଇରେ ହେବାକୁଥିବା ଆଇପିଏଲ ନିଲାମି ବେଳେ ଏହି ଖେଳାଳିଙ୍କର ଚାହିଦା ରହିବ ବୋଲି ଆଶା କରାଯାଉଛି। ଟି୨୦ ସିରିଜ ଶେଷ ହେବା ପରେ ଭାରତ ବିପକ୍ଷ ୩ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ ସିରିଜ ପାଇଁ ଇଂଲଣ୍ଡ ଦଳ ଘୋଷଣା କରାଯିବ।
ଇଂଲଣ୍ଡ ଟି୨୦ ଦଳ: ଇଅନ ମୋର୍ଗାନ (ଅଧିନାୟକ), ମୋଇନ ଅଲି, ଜୋଫ୍ରା ଆର୍ଚର, ବେୟାରଷ୍ଟୋ, ସାମ୍‌ ବିଲିଙ୍ଗ୍ସ, ଜୋସ୍‌ ବଟଲର, ସାମ କୁରାନ, ଟମ୍‌ କୁରାନ, କ୍ରିସ୍‌ ଜୋର୍ଡାନ, ଲିଆମ ଲିଭିଙ୍ଗଷ୍ଟୋନ, ଦାଓ୍ବିଦ ମଲାନ, ଆଦିଲ ରଶିଦ୍‌, ଜାସନ ରୟ, ବେନ୍‌ ଷ୍ଟାକ୍ସ, ରିସି ଟପ୍‌ଲେ ଓ ମାର୍କ ଉଡ୍‌।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri