Posted inଖେଳ

ଇଂଲଣ୍ଡ ଗସ୍ତ କରିବ ଅଷ୍ଟ୍ରେଲିଆ: ଦଳକୁ ଫେରିଲେ ମ୍ୟାକ୍ସଓ୍ବେଲ

ମେଲବୋର୍ନ,୧୪।୮: ସୀମିତ ଓଭର ସିରିଜ ଖେଳିବାକୁ ଅଷ୍ଟ୍ରେଲିଆ ଇଂଲଣ୍ଡ ଗସ୍ତ କରିବା ନିଶ୍ଚିତ ହୋଇଛି। ଏ ସଂକ୍ରାନ୍ତରେ ଅଷ୍ଟ୍ରେଲିଆ ଶୁକ୍ରବାର ଘୋଷଣା କରିଛି। ଫଳରେ କୋଭିଡ୍‌-୧୯ କାରଣରୁ ଆର୍ଥିକ ଭାବେ ସଂଘର୍ଷ କରୁଥିବା ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପାଇଁ ଏହା ଆଶୀର୍ବାଦ ସଦୃଶ ହୋଇଛି। ସେପ୍ଟେମ୍ବର ୪ରୁ ଏହି ଗସ୍ତ ଆରମ୍ଭ ହେବ। ସାଉଥାମ୍ପଟନରେ ଅଷ୍ଟ୍ରେଲିଆ ୩ଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବ। ଏହା ପରେ ଜୈବ ସୁରକ୍ଷିତ ପରିବେଶ ଅଷ୍ଟ୍ରେଲିଆ ମାଞ୍ଚେଷ୍ଟରରେ ୩ଟି ଦିନିକିଆ ମ୍ୟାଚ୍‌ ଖେଳିବ। ଏହି ମ୍ୟାଚ୍‌ଗୁଡିକ ପୂର୍ବରୁ ଜୁଲାଇରେ ଖେଳାଯିବାର କାର୍ଯ୍ୟକ୍ରମ ଥିଲା। ଏହି ଗସ୍ତ ନିଶ୍ଚିତ ହୋଇଥିବାରୁ ଆମେ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ର ଖେଳାଳି, ଷ୍ଟାଫ୍‌, ପ୍ରଶାସନଙ୍କ ନିକଟରେ କୃତଜ୍ଞ ରହିବୁ ବୋଲି ଇସିବି ମୁଖ୍ୟ କାର୍ଯ୍ୟନିର୍ବାହୀ ଟମ୍‌ ହାରିସନ କହିଛନ୍ତି।
କୋଭିଡ୍‌-୧୯ ଦ୍ୱାରା ଗତ ୪ ମାସ ମଧ୍ୟରେ ଅନ୍ତର୍ଜାତୀୟ କାର୍ଯ୍ୟସୂଚୀ ସମ୍ପୂର୍ଣ୍ଣ ରୂପ ପ୍ରଭାବିତ ହୋଇଥିଲା। ତେବେ ଅଷ୍ଟ୍ରେଲିଆର ଏହି ଗସ୍ତ ଦ୍ୱାରା ଇସିବି ତା’ର ସବୁ ୧୮ଟି ଅନ୍ତର୍ଜାତୀୟ କାର୍ଯ୍ୟସୂଚୀ ଆୟୋଜନ କରିବାରେ ସକ୍ଷମ ହେବ। ଏହି ଗସ୍ତ ପାଇଁ ଅଷ୍ଟ୍ରେଲିଆ ସରକାରଙ୍କ ଅନୁମୋଦନ ମିଳିଛି ବୋଲି କ୍ରିକେଟ ଅଷ୍ଟ୍ରେଲିଆ ତରଫରୁ କୁହାଯାଇଛି। କରୋନା ଭାଇରସ ସଂକ୍ରମଣ ପରେ ଅଷ୍ଟ୍ରେଲିଆ ପ୍ରଥମ ଥର ପାଇଁ ଅନ୍ତର୍ଜତାୟ ଗସ୍ତ କରିବାକୁ ଯାଉଛି। ଏହି ହାଇପ୍ରୋଫାଇଲ ଗସ୍ତ ପାଇଁ ଆରୋନ ଫିଞ୍ଚ୍‌ଙ୍କ ନେତୃତ୍ୱରେ ଏକ ୨୧ ଜଣିଆ ଅଷ୍ଟ୍ରେଲିଆ ଦଳ ଘୋଷଣା କରାଯାଇଛି। ଏହି କଷ୍ଟକର ସମୟରେ କ୍ରିକେଟ ଖେଳ ଜାରି ରଖିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି ଅଷ୍ଟ୍ରେଲିଆ କୋଚ୍‌ ଜଷ୍ଟିନ ଲାଙ୍ଗର କହିଛନ୍ତି। ଗତବର୍ଷ ମାନସିକ ବିଷାଦ କାରଣରୁ କ୍ରିକେଟରୁ ଦୂରେଇ ରହିଥିବା ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ଇତିମଧ୍ୟରେ ଏଲ୍‌ବୋ ଇଞ୍ଜୁରୀରୁ ମୁକୁଳି ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି।
ଅଷ୍ଟ୍ରେଲିଆ ଦଳ: ଆରୋନ ଫିଞ୍ଚ୍‌ (ଅଧିନାୟକ), ସିନ୍‌ ଆବୋଟ, ଆଷ୍ଟନ ଅଗର, ଆଲେକ୍ସ କାରେ, ପ୍ୟାଟ୍ସ କୁମିନ୍ସ, ଜୋଶ ହାଜେଲଉଡ୍‌, ମାର୍ନସ ଲାବୁସେନ୍‌, ନାଥନ ଲିୟନ, ମିଚେଲ ମାର୍ଶ, ଗ୍ଲେନ୍‌ ମ୍ୟାକ୍ସଓ୍ବେଲ, ରିଲେ ମେରେଡିଥ୍‌, ଜୋଶ ଫିଲିପ୍‌, ଡାନିଏଲ ସାମ୍ସ, କେନ୍‌ ରିଚାର୍ଡସନ, ଷ୍ଟିଭେନ୍‌ ସ୍ମିଥ୍‌, ମିଚେଲ ଷ୍ଟାର୍କ, ମାର୍କସ ଷ୍ଟୋଇନିସ୍‌, ଆଣ୍ଡ୍ର୍ୟୁ ଟାଏ, ମାଥ୍ୟୁ ଓ୍ବେଡ୍‌, ଡେଭିଡ୍‌ ଓ୍ବାର୍ନର ଓ ଆଡାମ ଜାମ୍ପା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri