Posted inଖେଳ

ଶତକ ମାରିବାକୁ ଭୁଲିଗଲେ ଏହି ଖେଳାଳି, ଅପରାଜିତ ୯୯ ରନ୍‌ କରି ଦଳକୁ ଜିତାଇଲେ

ଅକଲାଣ୍ଡ,୨।୧୨: ଡେଭିଡ ମଲାନ ଏବଂ ଜୋଶ ବଟଲରଙ୍କ ଅର୍ଦ୍ଧଶତକୀୟ ଇନିଂଶ ଆଧାରରେ ତୃତୀୟ ଟି -୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୯ ଉଇକେଟରେ ପରାସ୍ତ କରି ଇଂଲଣ୍ଡ ଏହି ସିରିଜକୁ ହାତେଇଛି। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ଓଭରରେ ୩ ଉଇକେଟ ହରାଇ ୧୯୧ ରନ କରିଥିଲା। ୧୯୨ ରନ ଜବାବରେ ଇଂଲଣ୍ଡ ୧୭.୪ ଓଭରରେ ଗୋଟିଏ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲା। ୨୫ ରନରେ ଜେସନ ରୟ ଭାବରେ ଇଂଲଣ୍ଡ ପ୍ରଥମ ଉଇକେଟ ହରାଇଥିଲା। ଏହା ପରେ ବଟଲର ଏବଂ ମାଲାନଙ୍କ ମଧ୍ୟରେ ଏକ ଶତକୀୟ ଭାଗିଦାରୀ ହୋଇଥିଲା। ୪୬ ବଲରେ ବଟଲର୍‌ ୬୭ ରନ ସଂଗ୍ରହ କରିଥିବାବେଳେ ମଲାନ ୪୭ଟି ବଲରୁ ୧୧ ଚୌକା ଓ ୫ ଛକା ସହ ଅପରାଜିତ ୯୯ ରନ କରିଥିଲେ। ଶତକ କରିବାକୁ ମାଲାନଙ୍କର ଏକ ବଡ଼ ସୁଯୋଗ ଥିଲା। ତାଙ୍କ ପାଖରେ ବଲ ମଧ୍ୟ ଥିଲା, କିନ୍ତୁ ଭୁଲ ଯୋଜନା ହେତୁ ସେ ଏକ ଶତକରୁ ବଞ୍ଚିତ ହୋଇଥିଲେ। ସୂଚନାଯୋଗ୍ୟ, ଶତକ ପୂରଣ କରିବା ପାଇଁ ମାଲାନଙ୍କୁ ଦୁଇଟି ରନ ଆବଶ୍ୟକ ଥିଲା, ସେତେବେଳେ ସେ ଭୁଲି ଯାଇଥିଲେ ଯେ ସେ ୯୮ ରନ ବ୍ୟାଟିଂ କରୁଥିଲେ ଏବଂ ସେ ୧୮ତମ ଓଭରର ଚତୁର୍ଥ ବଲରେ ସିଙ୍ଗ୍‌ଲ ନେଇ ଇଂଲଣ୍ଡକୁ ବିଜୟ ପ୍ରଦାନ କରିଥିଲେ। ଏହି ସିଙ୍ଗଲ ପୂର୍ବରୁ ସେ ତୃତୀୟ ବଲରେ ଚୌକା ଏବଂ ଦ୍ୱିତୀୟ ବଲରେ ୬କା ମାରିଥିଲେ। ଏଭଳି ଫର୍ମ ଦେଖି ଜଣାପଡୁଥିଲା ଯେ ସେ ସହଜରେ ଚୌକା ବି ଛକା ମାରି ଶତକ ପୂରଣ କରିବେ, କିନ୍ତୁ ସେ ସିଙ୍ଗଲ ନେଇ ଦଳକୁ ଜିତାଇଥିଲେ। ଯାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri