Posted inଖେଳ

ପଡ଼ିଲା ଦୁଇ ସମଲିଙ୍ଗୀ ମହିଳା କ୍ରିକେଟ୍‌ରଙ୍କ ହାତଗଣ୍ଠି

ଲଣ୍ଡନ,୩୦।୫: ଇଂଲଣ୍ଡ ବିଶ୍ୱକପ୍‌ର ବିଜେତା ମହିଳା କ୍ରିକେଟର କ୍ୟାଥେରିନ ବ୍ରଣ୍ଟ ଓ ନାଟାଲି ସ୍କିଭର ବିବାହ କରିଛନ୍ତି। ଏ ନେଇ ଇଂଲଣ୍ଡ କ୍ରିକେଟ୍‌ ବୋର୍ଡ ପକ୍ଷରୁ ସୋମବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ବିବାହରେ ବହୁ ପୂର୍ବତନ ଓ ବର୍ତ୍ତମାନ ଇଂଲିଶ ଟିମ ପାଇଁ ଖେଳୁଥିବା ଅନେକ ମହିଳା କ୍ରିକେଟର ଯୋଗଦେଇଥିଲେ। ଏମାନଙ୍କ ମଧ୍ୟରେ ଇଂଲଣ୍ଡ ମହିଳା ଟିମ୍‌ର ଅଧିନାୟକ ହିଥର ନାଇଟ, ଡାନ୍ନି ୱାଟ୍ଟ, ଈଶା ଗୁହା, ଜେନ୍ନି ଗୁନ୍ନଙ୍କ ଭଳି ଖେଳାଳି ଉପସ୍ଥିତ ଥିଲେ। ଦୁହେଁ ବିବାହ କରି ବହୁତ ଖୁସି ଥିବା କହିଛନ୍ତି। ୨୦୧୭ରେ ଇଂଲଣ୍ଡ ମହିଳା ଟିମ୍‌ ଦିନିକିଆ ବିଶ୍ୱକପ ଜିତିଥିଲା। ଏହି ଟମ୍‌ରେ ସ୍କିଭର ଓ ବ୍ରଣ୍ଟ ରହିଥିଲେ। ୨୦୨୨ ଦିନିକିଆ ବିଶ୍ୱକପରେ ବି ଦୁହେଁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri