Posted inଖେଳ

୨-୧ରେ ସିରିଜ୍‌ ଜିତିଲା ଇଂଲଣ୍ଡ

ଲଡର୍‌ସ,୧୯ା୭: ରୋହିତ ଶର୍ମାଙ୍କ ଶତକ ସତ୍ତ୍ୱେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଭାରତ ୨୭ ରନରେ ଇଂଲଣ୍ଡଠାରୁ ପରାସ୍ତ ହୋଇଛି। ଏହି ବିଜୟ ସହ ଇଂଲଣ୍ଡ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୨-୧ରେ ଜିତି ନେଇଛି। ଓ୍ବେଷ୍ଟଇଣ୍ଡିଜ୍‌ର କିମ୍ବଦନ୍ତୀ ଅଲରାଉଣ୍ଡର ଗ୍ୟାରୀ ସୋବର୍ସଙ୍କ ବିୟୋଗରେ ଉଭୟ ଦଳର ଖେଳାଳିମାନେ କଳା ଆର୍ମବ୍ୟାଣ୍ଡ ପିନ୍ଧିଥିଲେ। ରୋହିତ ପ୍ରଥମ ଭାରତୀୟ ବ୍ୟାଟର ଭାବେ ଲଡର୍‌ସରେ ଦିନିକିଆ ଶତକ ହାସଲ କରିଛନ୍ତି।

ବ୍ୟାଟିଂ କରିଥିବା ଇଂଲଣ୍ଡ ୫୦ ଓଭରରେ ୩ ଉଇକେଟ ହରାଇ ୩୮୭ ରନ କରିଥିଲା। ଜବାବରେ ରୋହିତ ଓ ଅଧିନାୟକ ଶୁବମନ ଗିଲ ଭାରତକୁ ୧୪୭ ରନର ଦୃଢ଼ ମୂଳଦୁଆ ପ୍ରଦାନ କରିଥିଲେ। ଗିଲ (୭୭ ରନ, ୧୦ ଚୌକା ଓ ୧ ଛକା) ଅର୍ଦ୍ଧଶତକ ପୂରଣ କରିବା ପରେ ଆଉଟ୍‌ ହୋଇଥିଲେ। ରୋହିତଙ୍କ ସହ ବିରାଟ କୋହଲି ମିଶି ଦ୍ୱିତୀୟ ଉଇକେଟରେ ୧୧୩ ରନ ଯୋଡ଼ିଥିଲେ। ରୋହିତ ୧୧୦ ବଲରେ ୧୭ ଚୌକା ଓ ୫ ଛକା ସହାୟତାରେ ୧୩୮ ରନ କରି ପାଭିଲିଅନ ଫେରିଥିଲେ। ଏହା ତାଙ୍କର ୩୪ତମ ଦିନିକିଆ ଶତକ ଥିଲା। ଏହାପରେ ଇଶାନ କିଶନ (୧୪), ଶ୍ରେୟସ ଆୟାର (୨) ଓ ଲୋକେଶ ରାହୁଲ (୧୨) ଫେଲ ମାରିଥିବା ବେଳେ କୋହଲି (୭୪ ରନ, ୪ ଚୌକା ଓ ୩ ଛକା) ବଡ଼ ଶଟ୍‌ ମାରିବାକୁ ଯାଇ ଆଉଟ୍‌ ହୋଇଥିଲେ। ଫଳରେ ଶେଷ ପର୍ଯ୍ୟନ୍ତ ଖେଳିବା ସତ୍ତ୍ୱେ ଭାରତ ୭ ଉଇକେଟ ହରାଇ ୩୬୦ ରନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜମ ଖାନ୍‌ଙ୍କୁ ଗିରଫ କଲା ED: ଅଖିଳେଶ କହିଲେ…

ଲକ୍ଷ୍ନୌ,୩୧।୧୦: ଉତ୍ତର ପ୍ରଦେଶର ରାମପୁରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ୍‌ ଖାନଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ED) ଶନିବାର ଗିରଫ କରିଛି। ରାମପୁର…

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା…

ବର୍ଷା ପବନରେ ଧାନଫସଲ ନଷ୍ଟ: କ୍ଷତିପୂରଣ ଦାବି କଲା କୃଷକ ସଂଗଠନ

ଅତାବିରା,୩୧ା୧୦(ଯୁଧିଷ୍ଠିର ମହାପାତ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଅଦିନିଆ ବର୍ଷା ଓ ପ୍ରବଳ ପବନ ଯୋଗୁ ବରଗଡ଼ ଜିଲା ଅତାବିରା ଅଞ୍ଚଳର ଚାଷୀଙ୍କ ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାକୁ…

ବଦଳିବ ସମାଜ, ମଜଭୁତ ହେବ ପୋଲିସ-ଜନସାଧାରଣ ସମ୍ପର୍କ

କେସିଙ୍ଗା,୩୧ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପରିସରରେ ଆମ ପୋଲିସ ସମିତି ପକ୍ଷରୁ ଜାତୀୟ ଏକତା ଦିବସ ଏବଂ ନିଶାମୁକ୍ତ ଓଡ଼ିଶା ଅଭିଯାନକୁ ନେଇ…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ରାସ୍ତା ଉପରେ ପଡ଼ିଛି ବିରାଟ ପଥର, ଏଣେ ଡରାଇଲାଣି ବର୍ଷା

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବାତ୍ୟା ପରବର୍ତ୍ତୀ ବନ୍ୟା ଯୋଗୁ ଶହଶହ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବର୍ଷବର୍ଷର ପରିଶ୍ରମ ଓ ରୋଜଗାରରେ ଗଢ଼ିଥିବା ସମ୍ପତ୍ତି…

ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି, ପ୍ରତିଶ୍ରୁତି ଦେଇ କହିଲେ…

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟ ଓ ଛେନାପଦୀ ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଶନିବାର କେନ୍ଦୁଝର ଏମ୍‌ପି ଅନନ୍ତ…

ଭୂତ ଟିପ ମାରି ଭତ୍ତା ନେବା ଘଟଣାର ତଦନ୍ତ ଆରମ୍ଭ

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାଁରେ (ଭୂତ ଟିପ ମାରି) ଭତ୍ତା ଉଠାଯାଇଥିବା ଅଭିଯୋଗ ଘଟଣାରେ…

ସାର୍ବଜନୀନ ମହାଭିଯୋଗ ସଭାରେ ରାହୁଲଙ୍କ ବଡ଼ ଦାବି: ଜ୍ଞାନେଶ କୁମାର CEC ଭାବେ ତିଷ୍ଠି ପାରିବେ ନାହିଁ

ନୂଆଦିଲ୍ଲୀ,୩୧ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ବିରୋଧରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଶନିବାର ପ୍ରତୀକାତ୍ମକ ସାର୍ବଜନୀନ ମହାଭିଯୋଗ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?