Posted inଖେଳ

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫ ରନର ଟାର୍ଗେଟକୁ ନେଇ ଓହ୍ଲାଇଥିବା ନେପାଳ ଶେଷ ପର୍ଯ୍ୟନ୍ତ ଖେଳିବା ସତ୍ତ୍ୱେ ୬ ଉଇକେଟ ହରାଇ ୧୮୦ ରନ କରିପାରି ଥିଲା। ମ୍ୟାଚ୍‌ରେ ଇଂଲଣ୍ଡ ପାଇଁ ଅଲରାଉଣ୍ଡ ପ୍ରଦର୍ଶନ କରିଥିବା ଓ୍ବିଲ ଜ୍ୟାକ୍ସଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି। ଇଂଲଣ୍ଡ ଆସନ୍ତା ୧୧ ତାରିଖରେ ତା’ର ଦ୍ୱିତୀୟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌କୁ ଭେଟିବ।

ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୮୪ ରନ କରିଥିଲା। ଜବାବରେ ନେପାଳ ପାଓ୍ବରପ୍ଲେ ଓଭର ମଧ୍ୟରେ ଦୁଇ ଓପନର ଅସିଫ ଶେଖ (୭) ଓ କୁଶାଳ ଭୁର୍ତେଲ (୨୯ ରନ୍‌, ୪ ଚୌକା ଓ ୧ ଛକା)ଙ୍କୁ ହରାଇଥିଲା।

ଅଧିନାୟକ ରୋହିତ ପୌଡେଲ (୩୯ରନ, ୨ ଲେଖାଏ ଚୌକା ଓ ଛକା) ଓ ଦିପେନ୍ଦ୍ର ସିଂ ଆଇରି (୪୪ରନ, ୬ ଚୌକା ଓ ୧ ଛକା) ତୃତୀୟ ଉଇକେଟରେ ୫୪ ବଲରେ ଦ୍ରୁତ ୮୨ ରନ ଯୋଡ଼ିଥିଲେ। ହେଲେ ଦୁଇ ସେଟ୍‌ ବ୍ୟାଟର କ୍ରମାଗତ ଓଭରରେ ପାଭିଲିଅନ ଫେରିଥିଲେ।

ଶେଷ ଆଡ଼କୁ ଲୋକେଶ ବାମ ୨୦ ବଲରେ ବିସ୍ଫୋରକ ବ୍ୟାଟିଂ କରି ୩୯ (୪ ଚୌକା ଓ ୨ ଛକା) ରନ କରି ଅପରାଜିତ ରହିଥିଲେ। ତାଙ୍କ ଇନିଂସ ଯୋଗୁ ନେପାଳ ପାଖରେ ବିଜୟ ସୁଯୋଗ ସୃଷ୍ଟି ହୋଇଥିଲା। ଦଳକୁ ଅନ୍ତିମ ଓଭରରେ ଜିତିବା ପାଇଁ ୧୦ ରନ ଦରକାର ଥିବା ବେଳେ ନେପାଳ ୫ ରନ କରିପାରି ଥିଲା। ଫଳରେ ନେପାଳ ୨୦ ଓଭରରେ ୬ ଉଇକେଟ ହରାଇ ୧୮୦ ରନ କରିବାକୁ ସକ୍ଷମ ହୋଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri