Posted inଖେଳ

ଇଂଲଣ୍ଡ ୨-୦ରେ ସିରିଜ ବିଜୟୀ

ଗାଲେ, ୨୬ା୧- ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟକୁ ଇଂଲଣ୍ଡ ୬ ଉଇକେଟରେ ଜିତି ନେଇଛି। ଏହା ଦ୍ୱାରା ଦଳ ୨ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୦ରେ କ୍ଲିନ୍‌ ସୁଇପ୍‌ କରି ବିଜୟ ହାସଲ କରିଛି। ସୋମବାର ଚତୁର୍ଥ ଦିବସ ଖେଳରେ ୧୬୪ ରନର ବିଜୟ ଲକ୍ଷ୍ୟକୁ ପିଛା କରିବା ବେଳେ ଇଂଲଣ୍ଡ ଏକଦା ୮୯ ରନରେ ଏହାର ୪ ବ୍ୟାଟ୍ସମ୍ୟାନଙ୍କୁ ହରାଇଥିଲା। ମାତ୍ର ୫ମ ଉଇକେଟରେ ଜୋସ୍‌ ବଟଲର (୪୬*) ଓ ଡମ୍‌ ସିବ୍‌ଲି (୫୬*)ଙ୍କ ମଧ୍ୟରେ ଅପରାଜିତ ୭୫ରନ ପାର୍ଟନରଶିପ୍‌ ଯୋଗୁ ଦଳ ବିଜୟ ଲକ୍ଷ୍ୟ ହାସଲ କରିପାରିଥିଲା। ଗତ ୩ଟି ଇନିଂସରେ ମାତ୍ର ୬ ରନ କରିଥିବା ସିବ୍‌ଲି ଠିକଣା ସମୟରେ ଫର୍ମକୁ ଫେରିଥିଲେ। ଫାଇନାଲ ଇନିଂସରେ ସେ ଉପଯୋଗୀ ଅର୍ଦ୍ଧଶତକ ହାସଲ କରିଥିଲେ। ସୋମବାର ପୂର୍ବଦିନର ଅସମାପ୍ତ ସ୍କୋର ୩୩୯/୯ରୁ ଖେଳ ଆରମ୍ଭ କରିବା ପରେ ଇଂଲଣ୍ଡ ୩୪୪ରେ ଅଲ୍‌ଆଉଟ ହୋଇଯାଇଥିଲା। ପ୍ରଥମ ଇନିଂସରେ ୩୭ ରନ ଅଗ୍ରଣୀ ଲାଭ କରିଥିବା ଶ୍ରୀଲଙ୍କା କିନ୍ତୁ ଦ୍ୱିତୀୟ ଇନିଂସରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ମାତ୍ର ୧୨୬ ରନରେ ଅଲ୍‌ଆଉଟ ହୋଇଯାଇଥିଲା। ଇଂଲଣ୍ଡର ଦୁଇ ସ୍ପିନର ଜ୍ୟାକ୍‌ ଲିଚ୍‌ ଓ ଡୋମିନିକ୍‌ ବେସ୍‌ ମିଳିତ ଭାବେ ୮ ଉଇକେଟ ନେଇ ଘରୋଇ ଦଳର ପତନ ଘଟାଇଥିଲେ। ଫଳରେ ଇଂଲଣ୍ଡ ପାଇଁ ଦ୍ୱିତୀୟ ଇନିଂସରେ ମାତ୍ର ୧୬୪ ରନ ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଇଂଲଣ୍ଡ ବର୍ତ୍ତମାନ ୪ ଟେଷ୍ଟ, ୫ ଅନ୍ତର୍ଜାତୀୟ ଟି୨୦ ଏବଂ ୩ ଅନ୍ତର୍ଜାତୀୟ ଦିନିକିଆ ଖେଳିବା ଲାଗି ଭାରତ ଗସ୍ତ କରିବ।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୩୮୧
ଇଂଲଣ୍ଡ ପ୍ରଥମ ଇନିଂସ: ୩୪୪
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୩୫.୫ ଓଭରରେ ୧୨୬/ ଅଲଆଉଟ (ଲସିଥ ଏମ୍ବୁଲଡେନିୟା-୪୦, ବେସ୍‌-୪/୪୯, ଜ୍ୟାକ୍‌ ଲିଚ୍‌-୪/୫୯)।
ଇଂଲଣ୍ଡ ଦ୍ୱିତୀୟ ଇନିଂସ: ୧୬୪/୪ ( ଡମ୍‌୍‌୍‌ ସିବ୍‌ଲି-୫୬*, ଜୋସ୍‌ ବଟଲର-୪୬*, ଲସିଥ ଏମ୍ବୁଲଡେନିୟା-୩/୭୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri