Posted inଖେଳ

ଟି୨୦ ସିରିଜ ଜିତିଲା ଇଂଲଣ୍ଡ

ସାଉଥାମ୍ପଟନ,୭।୯(ପି.ଟି.): ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ରବିବାର ୬ ଉଇକେଟରେ ବିଜୟୀ ହୋଇଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଘରୋଇ ଦଳ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୭ ଉଇକେଟ ହରାଇ ୧୫୭ ରନ କରିଥିଲା। ଜବାବରେ ଇଂଲଣ୍ଡ ୧୮.୫ ଓଭରରେ ୪ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଇଂଲଣ୍ଡ ତରଫରୁ ଡଓ୍ବେିଡ୍‌ ମଲାନ ୪୨ରନ (୩୨ ବଲ, ୭ ଚୌକା), ଓପନର ଜୋସ ବଟଲର ଅପରାଜିତ ୭୭ ରନ (୫୪ ବଲ, ୮ ଚୌକା, ୨ ଛକା) କରି ଦଳକୁ ଜିତାଇଥିଲେ। ମୋଇନ ଅଲୀ ୬ ବଲରୁ ୧୩ ରନ ସଂଗ୍ରହ କରିଥିଲେ। ବୋଲିଂରେ ଅଷ୍ଟ୍ରେଲିଆର ଆଷ୍ଟନ ଅଗର ୨, ଆଡାମ ଜାମ୍ପା ଓ ମିଚେଲ ଷ୍ଟାର୍କ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ତାରକା ଓପନର ଡେଭିଡ୍‌ ଓ୍ବାର୍ନରଙ୍କୁ ହରାଇ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ଓ୍ବାର୍ନର ଖାତା ଖୋଲିବା ପୂର୍ବରୁ ଜୋଫ୍ରା ଆର୍ଚରଙ୍କ ବଲ୍‌ରେ ଜୋଶ ବଟଲରଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଦଳ ତରଫରୁ ଅଧିନାୟକ ଆରୋନ ଫିଞ୍ଚ୍‌ ସର୍ବାଧିକ ୪୦ ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମାର୍କସ ଷ୍ଟୋଇନିସ୍‌ ୩୫, ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ୨୬, ଆଷ୍ଟନ ଅଗର ୨୩, ଷ୍ଟିଭ୍‌ ସ୍ମିଥ୍‌ ୧୦ ରନକରି ଆଉଟ ହୋଇଥିବା ବେଳେ ପ୍ୟାଟ୍‌ କୁମିନ୍ସ ୧୩ ଓ ମିଚେଲ ଷ୍ଟାର୍କ ୨ ରନକରି ଅପରାଜିତ ରହିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ କ୍ରିସ୍‌ ଜୋର୍ଡାନ ୨, ଆର୍ଚର, ମାର୍କ ଉଡ ଓ ଆଦିଲ ରସିଦ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପରମ୍ପରା କାହିଁକି ଭାଙ୍ଗିଲେ ଜୟ ଶାହା? ସେ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ ସର୍ବସାଧାରଣରେ ହାତ ମିଳାଇଲେ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଏତେ ଖରାପ ହୋଇଯାଇଛି ଯେ ଉଭୟ ଦେଶର ଖେଳାଳିମାନେ କ୍ରିକେଟ ପଡ଼ିଆରେ ହାତ ମିଳାନ୍ତି ନାହିଁ। ପାକିସ୍ତାନ ଲଗାତାର…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri