Posted inଖେଳ

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୪୭ ରନର ଟାର୍ଗେଟର ପିଛା କରୁଥିବା ଶ୍ରୀଲଙ୍କା ୧୬.୪ ଓଭରରେ ୯୫ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଜ୍ୟାକ୍ସଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି। ଇଂଲଣ୍ଡ ଆସନ୍ତା ୨୪ ତାରିଖରେ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ପାକିସ୍ତାନକୁ ଭେଟିବ।

ପାଇ ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ୨୦ ଓଭରରେ ୯ ଉଇକେଟ ହରାଇ ୧୪୬ ରନ କରିଥିଲା। ଦଳ ପାଇଁ ଫିଲିପ୍‌ ସଲ୍ଟ ୪୦ ବଲରେ ୬୨ (୬ ଚୌକା ଓ ୨ ଛକା) ଓ ଜ୍ୟାକ୍ସ ୨୧ (୪ ଚୌକା) ରନ କରିଥିଲେ। ଶ୍ରୀଲଙ୍କା ପାଇଁ ଦୁନିଥ ଓ୍ବେଲାଲେଜ ୩ ଉଇକେଟ ନେଇଥିବା ବେଳେ ଦିଲଶାନ ମଦୁଶଙ୍କା ଓ ମହିଶ ପାଥିରାନା ୨ ଲେଖାଏ ଉଇକେଟ ହାତେଇଥିଲେ।

ଜବାବରେ ଶ୍ରୀଲଙ୍କା ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୬.୪ ଓଭରରେ ୯୫ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ଅଧିନାୟକ ଦାସୁନ ଶନାକା ୩୦ (୧ ଚୌକା ଓ ୨ ଛକା) ରନ କରିଥିଲେ। ତାଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟାଟର କ୍ରିଜ୍‌ରେ ଅଧିକ ସମୟ ତିଷ୍ଠି ପାରି ନ ଥିଲେ। ବିଜୟୀ ଦଳ ଲାଗି ଜ୍ୟାକ୍ସ ୩ଟି ଉଇକେଟ ନେଇଥିବା ବେଳେ ଜୋଫ୍ରା ଆର୍ଚ୍ଚର, ଲିଆମ ଡସନ ଓ ଆଦିଲ ରସିଦ ୨ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri