Posted inଖେଳ

ଇଂଲଣ୍ଡର ଆଇପିଏଲ୍‌ ଖେଳାଳି ଟେଷ୍ଟ ଦଳରୁ ବାଦ୍‌ ପଡ଼ିପାରନ୍ତି

ଲଣ୍ଡନ,୧୬।୫ (ପି.ଟି.): ନ୍ୟୁଜିଲାଣ୍ଡ ବିପକ୍ଷରେ ଇଂଲଣ୍ଡ ଘରୋଇ ପରିବେଶରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଖେଳିବ। ତେବେ ଟେଷ୍ଟ ଦଳରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିଥିବା ଇଂଲଣ୍ଡ ଖେଳାଳିଙ୍କୁ ସାମିଲ କରାଯାଇ ନ ପାରେ ବୋଲି ଏକ ରିପୋର୍ଟରୁ ଜଣାଯାଇଛି। ଆଇପିଏଲ୍‌ ଖେଳିଥିବା କ୍ରିକେଟରମାନେ କ୍ୱାରାଣ୍ଟାଇନରେ ରହିଥିବାରୁ ଏପରି ଆଶଙ୍କା ସୃଷ୍ଟି ହୋଇଛି।
ଫଳରେ ଜୋଶ ବଟଲର, ଜନି ବେୟାରଷ୍ଟୋ, କ୍ରିସ୍‌ ଓ୍ବକ୍ସ, ସାମ୍‌ କୁରାନ ଓ ମୋଇନ ଅଲୀଙ୍କ ଭଳି କ୍ରିକେଟର ୧୦ ଦିନିଆ କ୍ୱାରାଣ୍ଟାଇନ୍‌ରେ ରହୁଥିବାରୁ ନ୍ୟୁଜିଲାଣ୍ଡ ବିପକ୍ଷ ଏହି ସିରିଜରେ ସାମିଲ ହୋଇପାରିବେ ନାହିଁ। କୋଭିଡ୍‌-୧୯ ପାଇଁ ଆଇପିଏଲ୍‌ ସସ୍‌ପେଣ୍ଡ ହେବା ପରେ ପ୍ରତ୍ୟାବର୍ତ୍ତନ କରି ଏହି ଖେଳାଳିମାନେ କ୍ୱାରାଣ୍ଟାଇନରେ ରହୁଛନ୍ତି। ଏହି ସିରିଜ ଜୁନ୍‌ ୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ସପ୍ତାହ ଶେଷ ଆଡକୁ ଖେଳାଳିମାନଙ୍କ ଆଇସୋଲେଶନ ପିରିୟଡ ଶେଷ ହେବ। ଲଡର୍‌ସରେ ପ୍ରଥମ ଟେଷ୍ଟ ଆରମ୍ଭ ପୂର୍ବରୁ ଦୁଇ ସପ୍ତାହର ଅନ୍ତର ରହିବ ଓ ଏହା ଯଥେଷ୍ଟ ନୁହେଁ ବୋଲି କୁହାଯାଇଛି। ଆଇପିଏଲ୍‌ରେ ୧୧ଜଣ ଆଗଧାଡିର ଇଂଲଣ୍ଡ ଖେଳାଳି ବିଭିନ୍ନ ଫ୍ରାଞ୍ଚାଇଜ ତରଫରୁ ପ୍ରତିନିଧିତ୍ୱ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

ମୁମ୍ବାଇ ଇଣ୍ଡିଆନ୍ସ ସହ ଗୁଜରାଟ ଟାଇଟାନ୍ସକୁ ବି ଡୁବେଇଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପୂର୍ବତନ କ୍ରିକେଟର୍‌ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୮।୪: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ଆଇପିଏଲ ୨୦୨୨ ଜିତିଥିଲା। ଏହା ପରେ, ଗୁଜରାଟ ଆଇପିଏଲ ୨୦୨୩ରେ ରନର୍‌ ଅପ୍‌ ହୋଇଥିଲା। କିନ୍ତୁ ଏହି...

କୋହଲିଙ୍କଠାରୁ ପ୍ରେରଣା ପାଇ ୟୁପିଏସ୍‌ସିରେ ତୃତୀୟ ସ୍ଥାନ ହାସଲ କଲେ ଅନନ୍ୟା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୪: ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଦୁନିଆର ଅନ୍ୟତମ ଲୋକପ୍ରିୟ ଆଥଲେଟ ଅଟନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କର ୮୦୦ ମିଲିୟନରୁ ଅଧିକ ଫଲୋଅର୍ସ...

ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ

ଅହମଦାବାଦ,୧୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇ ତୃତୀୟ ବିଜୟ ହାସଲ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଟାଇଟନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri