Posted inଖେଳ

ଇଂଲଣ୍ଡର ଲଢ଼ୁଆ ବିଜୟ

ମାଞ୍ଚେଷ୍ଟର,୯।୮(ପି.ଟି.): ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡ ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ୩ ଉଇକେଟରେ ରୋମାଞ୍ଚକ ବିଜୟ ହାସଲ କରିଛି। ଏଥିସହ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଇଂଲଣ୍ଡ ୧-୦ରେ ଅଗ୍ରଣୀ ଲାଭ କରିଛି। ଏହି ମ୍ୟାଚରେ ଟସ୍‌ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ୧୦୯.୩ ଓଭରରେ ସମ୍ମାନଜନକ ୩୨୬ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ୭୦.୩ ଓଭରରେ ୨୧୯ ରନ କରି ଅଲଆଉଟ ହୋଇଥିଲା। ଫଳରେ ପାକିସ୍ତାନ ୧୦୭ ରନର ଅଗ୍ରଣୀ ହାସଲ କରିଥିଲା। ଏହା ପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ପାକିସ୍ତାନ ୪୬.୪ ଓଭରରେ ୧୬୯ ରନ କରି ଆଉଟ ହୋଇଥିଲା। ଏଥିସହ ଇଂଲଣ୍ଡ ସମ୍ମୁଖରେ ୨୭୭ ରନର ଟାର୍ଗେଟ ଧାର୍ଯ୍ୟ ହୋଇଥିଲା। ଜବାବରେ ଶନିବାର ଚତୁର୍ଥ ଦିବସରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ୮୨.୧ ଓଭରରେ ୭ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଦ୍ୱିତୀୟ ଟେଷ୍ଟ ୧୩ ତାରିଖରୁ ସାଉଥାମ୍ପଟନରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି।
ଇନିଂସ ଆରମ୍ଭରୁ ଓପନର ରୋରି ବନର୍‌ସ ମାତ୍ର ୧୦ ରନ କରି ମହମ୍ମଦ ଆବାସଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇଥିଲେ। ଏହାପରେ ଡୋମିନିକ୍‌ ସିବ୍‌ଲି ୩୬, ଅଧିନାୟକ ଜୋ ରୁଟ୍‌ ୪୨, ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ୯, ଓଲି ପୋପ୍‌ ୭ ରନକରି ଆଉଟ ହୋଇଥିଲେ। ୧୧୭ ରନରେ ୫ ଉଇକେଟ ହରାଇ ଇଂଲଣ୍ଡ ବିପଦରେ ପଡିଥିବା ବେଳେ ଷଷ୍ଠ ଉଇକେଟରେ ଜୋସ ବଟଲର ଓ କ୍ରିସ୍‌ ଓ୍ବକ୍ସ ୧୩୯ ରନ ସଂଗ୍ରହ କରି ସ୍ଥିତି ସମ୍ଭାଳିଥିଲେ। ବଟଲର ୭୫, ଷ୍ଟୁଆର୍ଟ ବ୍ରଡ୍‌ ୭ ରନ କରି ଆଉଟ ହୋଇଥିଲେ। ଓ୍ବକ୍ସ ୮୪ ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ୟାସିର ଶାହ ସର୍ବାଧିକ ୪ ଉଇକେଟ ଅକ୍ତିଆର କରିଥିଲେ।
ତୃତୀୟ ଦିବସର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୩୭/୮ରୁ ଖେଳ ଆରମ୍ଭ କରି ପାକିସ୍ତାନ ଶନିବାର ଅଲ୍‌ ଆଉଟ୍‌ ହୋଇଥିଲା। ବୋଲିଂରେ ଇଂଲଣ୍ଡ ତରଫରୁ ବ୍ରଡ ସର୍ବାଧିକ ୩, କ୍ରିସ୍‌ ଓ୍ବକ୍ସ ଓ ବେନ୍‌ ଷ୍ଟୋକ୍ସ ୨ଟି ଲେଖାଏ, ଆର୍ଚର ଓ ଡୋମିନକ ବେସ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ପ୍ରଥମ ଇନିଂସ- ୧୦୯.୩ ଓଭରରେ ୩୨୬।
ଇଂଲଣ୍ଡ ପ୍ରଥମ ଇନିଂସ- ୭୦.୩ ଓଭରରେ ୨୧୯।
ପାକିସ୍ତାନ ଦ୍ୱିତୀୟ ଇନିଂସ- ୪୬.୪ ଓଭରରେ ୧୬୯।
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୮୨.୧ ଓଭରରେ ୨୭୭/୭
(ଓ୍ବକ୍ସ- ୮୪* , ବଟଲର- ୭୫, ୟାସିର- ୪/୯୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri