ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଇଂଲିଶ

ଭୁବନେଶ୍ୱର, ୧୪।୨(ବ୍ୟୁରୋ): ଏଣିକି ସରକାରୀ ସ୍କୁଲରେ ପିଲାମାନେ ପ୍ରଥମ ଶ୍ରେଣୀରୁ ଇଂଲିଶ ପାଠ ପଢ଼ିବେ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଥିବା ୧୦୦ଟି ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍କୁଲରେ ଇଂଲିଶ ବିଷୟକୁ ସାମିଲ କରାଯିବ। ଶନିବାର ଏ ସଂକ୍ରାନ୍ତରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇ କହିଛନ୍ତି ଯେ, ପିଲାଙ୍କ ମଧ୍ୟରେ କମୁନିକେଶନ ସ୍କିଲ୍‌ ବୃଦ୍ଧି କରିବା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି। ୧୦୦ଟି ସ୍କୁଲରେ ପ୍ରଥମ ଶ୍ରେଣୀରେ ଇଂଲିଶ ବିଷୟକୁ ସାମିଲ କରିବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ଏସ୍‌ସିଇଆର୍‌ଟିକୁ କୁହାଯାଇଛି। ୨୦୨୧-୨୨ ଶିକ୍ଷାବର୍ଷରୁ ଏହା ଲାଗୁ ହେବ ବୋଲି ମନ୍ତ୍ରୀ କହିଛନ୍ତି।

ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି କହିଛନ୍ତି, ସରକାରଙ୍କ ଏହି ପଦକ୍ଷେପ ସ୍ବାଗତଯୋଗ୍ୟ। ତେବେ ପ୍ରଥମ ଶ୍ରେଣୀରୁ ଇଂଲିଶର ଆବଶ୍ୟକତା ନାହିଁ। ପ୍ରଥମ ଶ୍ରେଣୀରେ ପିଲା ଓଡ଼ିଆ ପଢ଼ୁ, ଦ୍ୱିତୀୟ ଶ୍ରେଣୀରୁ ଇଂଲିଶ ରଖାଗଲେ ଭଲ ହୁଅନ୍ତା। ଏହାଛଡ଼ା ରାଜ୍ୟରେ ଏବେ ବି ଅନେକ ସ୍କୁଲରେ ଇଂଲିଶ ଶିକ୍ଷକ ନାହାନ୍ତି। ତେଣୁ ପ୍ରଥମେ ଶିକ୍ଷକ ପଦବୀ ପୂରଣ କରିବା ଉପରେ ଗୁରୁତ୍ୱ ଦିଆଯାଉ ବୋଲି ମହାନ୍ତି କହିଛନ୍ତି। ଉଲ୍ଲେଖଯୋଗ୍ୟ, ବର୍ତ୍ତମାନ ସରକାରୀ ସ୍କୁଲରେ ତୃତୀୟ ଶ୍ରେଣୀରୁ ପିଲାଙ୍କୁ ଇଂଲିଶ ପଢ଼ାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri