ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ ଜଗତସିଂହପୁର ଥାନାରେ ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଏବଂ ARSS କମ୍ପାନୀର ପ୍ରୋଜେକ୍ଟ ମ୍ୟାନେଜରଙ୍କ ବିରୋଧରେ ଏଫ୍‌ଆଇଆର୍ ରୁଜୁ ହୋଇଛି।

ଜଗତସିଂହପୁର ଉପଜିଲାପାଳ ଏହି ମାମଲାରେ ଜଗତସିଂହପୁର ଥାନାରେ ଲିଖିତ ଏତଲା ଦାଖଲ କରିଛନ୍ତି। ନିର୍ମାଣ କାର୍ଯ୍ୟରେ ଅବହେଳା, ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ଶେଷ ନ କରିବା ଏବଂ ନିମ୍ନମାନର କାର୍ଯ୍ୟ କରାଯାଇଥିବା ଅଭିଯୋଗ ଆଧାରରେ ଏହି ଏତଲା ଦାଖଲ କରାଯାଇଛି।

ସମ୍ପ୍ରତି ଜିଲାପାଳ ଏବଂ ଜିଲା ପୋଲିସ ଅଧୀକ୍ଷକ (ଏସ୍‌ପି) ଜାତୀୟ ରାଜପଥ–୫୫ର ନିର୍ମାଣାଧୀନ ଅଞ୍ଚଳ ପରିଦର୍ଶନ କରି କାର୍ଯ୍ୟର ସ୍ଥିତି ସମୀକ୍ଷା କରିଥିଲେ। ପରିଦର୍ଶନ ସମୟରେ କାମର ଅଗ୍ରଗତି ସନ୍ତୋଷଜନକ ନ ଥିବା ସହ ନିର୍ମାଣର ମାନକୁ ନେଇ ମଧ୍ୟ ଗୁରୁତର ତ୍ରୁଟି ପରିଲକ୍ଷିତ ହୋଇଥିଲା।

ପରେ ପ୍ରଶାସନ ପକ୍ଷରୁ ଘଟଣାକୁ ଗୁରୁତ୍ୱର ସହ ନେଇ ସମ୍ପୃକ୍ତ ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ARSS କମ୍ପାନୀର ପ୍ରୋଜେକ୍ଟ ମ୍ୟାନେଜରଙ୍କ ବିରୋଧରେ ଜଗତସିଂହପୁର ଥାନାରେ ଏଫ୍‌ଆଇଆର୍ ଦାଖଲ କରାଯାଇଛି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?