ଅନଙ୍ଗଭୀମ ଦେବଙ୍କ ସମୟରୁ ରସାବଳି ଭୋଗ

କେନ୍ଦ୍ରାପଡ଼ା ଅଫିସ,୨।୮: କେନ୍ଦ୍ରାପଡ଼ା ରସାବଳିର ସ୍ଥାନୀୟ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ)ର ଟ୍ୟାଗ୍‌ ପାଇଁ ନୂଆଦିଲ୍ଲୀରେ ସ୍ବର ଉଠିଛି। ଗବେଷକଙ୍କ ଅନୁସନ୍ଧାନ ଅନୁଯାୟୀ ଅନଙ୍ଗଭୀମ ଦେବଙ୍କ ସମୟରୁ ତୁଳସୀକ୍ଷେତ୍ରର ଭୋଗ ଭାବେ ଶ୍ରୀବଳଦେବଜୀଉଙ୍କୁ ପ୍ରତ୍ୟହ ୩୨ ରସାବଳି ଲାଗି କରାଯାଏ। ତେବେ ଜିଆଇ ଟ୍ୟାଗ୍‌ ପାଇଁ ବୈଜ୍ଞାନିକ ବିଶ୍ଳେଷଣ ଓ ଏ ନେଇ ଉଦ୍ୟମ ଆବଶ୍ୟକ ବୋଲି ମତ ମିଳିଛି।
ଗବେଷକ ନିରଞ୍ଜନ ମେକାପ ଓ ଡ. ଅନୀତା ସାବତ କହିଛନ୍ତି, ମହାରାଜା ଅନଙ୍ଗଭୀମ ଦେବଙ୍କ ସମୟରୁ ତୁଳସୀକ୍ଷେତ୍ରରେ ରସାବଳି ନୈବେଦ୍ୟ ଅର୍ପଣ ହୋଇଆସୁଛି। ଏହି ମିଷ୍ଟାନ୍ନର କେନ୍ଦ୍ରାପଡ଼ା ସମ୍ପୃକ୍ତି ସମ୍ପର୍କରେ ଚଣ୍ଡୀ ପୁରାଣ, ଦାଣ୍ଡି ରାମାୟଣ, ଗଙ୍ଗବଂଶାନୁଚରିତର କେତେକ ଛନ୍ଦ ଓ ଜଣାଣରେ ଅଛି। ଶ୍ରୀଜୀଉଙ୍କ ନିତ୍ୟଭୋଗ ଭାବେ ପରିଚିତ ଏହି ମିଷ୍ଟାନ୍ନର ଉତ୍ପତ୍ତିସ୍ଥଳ କେନ୍ଦ୍ରାପଡ଼ା ବୋଲି ସେମାନେ ଦାବି କରିଛନ୍ତି।
ସହରର କେଶପୁର ବଜାରର ବର୍ଷିଆନ ରସାବଳି ନିର୍ମାତା ବୈଷ୍ଣବ ପଣ୍ଡା କୁହନ୍ତି, ପୂର୍ବରୁ ଏହା କେବଳ ମନ୍ଦିର ପରିସରରେ ନିର୍ମିତ ହୋଇ ଶ୍ରୀଜୀଉଙ୍କୁ ଲାଗି ହେଉଥିଲା। ଏବେ କେନ୍ଦ୍ରାପଡ଼ା ସହର ସମେତ ରାଜ୍ୟର ବିଭିନ୍ନ ମେଳା ମହୋତ୍ସବରେ ଦେଖିବାକୁ ମିଳୁଛି। ଛେନା, ଘିଅ, କ୍ଷୀର, ଚିନି, ଗୁଜୁରାତି, ଅଳେଇଚ ଆଦିକୁ ନେଇ ଏହି ମିଷ୍ଟାନ୍ନର ପ୍ରସ୍ତୁତି ଟିକେ ଜଟିଳ। ତେବେ ଉପଯୁକ୍ତ ତାଲିମପ୍ରାପ୍ତ ନିର୍ମାତା ଏଥିରେ ସ୍ବାଦ ଭରିବାରେ ସକ୍ଷମ। ବୁଦ୍ଧିଜୀବୀ ଭୁବନମୋହନ ଜେନା କୁହନ୍ତି, ଜିଆଇ ଟ୍ୟାଗ୍‌ ମିଳିଲେ ବ୍ରାଣ୍ଡ୍‌ ଭାଲ୍ୟୁ ବଢ଼ିଥାଏ। ମୌଳିକ ଦ୍ରବ୍ୟର ବ୍ୟବସାୟ ବଢ଼ିବା ସହ ଅପବ୍ୟବହାର ଉପରେ ରୋକ୍‌ ଲାଗିଥାଏ। ପ୍ରଚାର ପ୍ରସାର ଫଳରେ ସ୍ଥାନୀୟ ଅଞ୍ଚଳର ଆର୍ଥିକ ବିକାଶ ହୋଇଥାଏ। କେନ୍ଦ୍ରାପଡ଼ା ଜିଲାର ପରିଚୟ ଭାବେ ଶ୍ରୀବଳଦେବଜୀଉ, ଜାତୀୟଉଦ୍ୟାନ ଭିତରକନିକା ସହ ରସାବଳି ମିଠା ଅଛି। ଜିଆଇ ଟ୍ୟାଗ୍‌ ସ୍ବୀକୃତି ରସାବଳି ନିର୍ମାତାଙ୍କ ସମସ୍ତ ସମସ୍ୟାର ସମାଧାନ କରିପାରିବ ନାହିଁ। କେବଳ ଆତ୍ମତୃପ୍ତି ମିଳିପାରିବ ବୋଲି ସେ ମତ ଦେଇଛନ୍ତି।
ସାମାଜିକ କର୍ମୀ ପ୍ରକାଶ ଚନ୍ଦ୍ର ଦାସ କହିଛନ୍ତି, ଜିଆଇ ଟ୍ୟାଗ୍‌ ପାଇଁ ବୈଜ୍ଞାନିକ ବିଶ୍ଳେଷଣର ଆବଶ୍ୟକତା ଅଛି। ମିଷ୍ଟାନ୍ନରେ କେଉଁ ପରିମାଣରେ ପ୍ରୋଟିନ, ସ୍ନେହସାର, ଶ୍ୱେତସାର, ଶର୍କରା, କ୍ୟାଲସିୟମ ଆଦି ଅଛି, ତାହାର ପରୀକ୍ଷଣ ଆବଶ୍ୟକ। ଏ ନେଇ କୌଣସି ଗବେଷଣା ଅଦ୍ୟାବଧି ହୋଇନାହିଁ। ରସାବଳି ନିର୍ମାତା ସଂଘର ଆବାହକ ସରୋଜ କୁମାର ମହାନ୍ତି କୁହନ୍ତି, ଏବେ ସଂଗଠନକୁ ସୁଦୃଢ଼ କରିବା, ଜିଆଇ ଟ୍ୟାଗ୍‌ର ସମସ୍ତ ମାନକୁ ପୂରଣ କରିବାକୁ ଗବେଷଣା ଉପରେ ଧ୍ୟାନ ଦେବା ଓ ସରକାରୀ ସ୍ତରରେ ଏ ନେଇ ପ୍ରସ୍ତାବ ଉପସ୍ଥାପନକୁ ଗୁରୁତ୍ୱ ଦିଆଯାଇଛି। ଏଥିସହ ବିଭିନ୍ନ ସମୟରେ ଆଲୋଚନାଚକ୍ର ଅନୁଷ୍ଠିତ ହେଉଛି। ଅନ୍ୟ କେହି ରସାବଳିକୁ ନିଜର ମୌଳିକ ମିଷ୍ଟାନ୍ନ କହିବା ପୂର୍ବରୁ ରାଜ୍ୟ ସରକାର ଏଥିପ୍ରତି ଗୁରୁତ୍ୱ ଦେବାକୁ ସଂଘ ପକ୍ଷରୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri