ଆସନ୍ତାବର୍ଷରୁ ସୁନ୍ଦରଗଡ଼ ମେଡିକାଲ କଲେଜରେ ନାମଲେଖା

ଭୁବନେଶ୍ୱର,୭।୯(ବ୍ୟୁରେ): ଆସନ୍ତା ୨୦୨୨-୨୩ ଶିକ୍ଷାବର୍ଷରୁ ସୁନ୍ଦରଗଡ଼ଠାରେ ଏନ୍‌ଟିପିସି ସହାୟତାରେ ନିର୍ମାଣାଧୀନ ମେଡିକାଲ କଲେଜ ଓ ହସ୍ପିଟାଲରେ ନାମଲେଖା ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ଖର୍ଚ୍ଚରେ ୧୦୦ ଜଣ ଏମ୍‌ବିବିଏସ୍‌ ଛାତ୍ର ବାର୍ଷିକ ନାମଲେଖା ସହ ୫୦୦ ଶଯ୍ୟାବିଶିଷ୍ଟ ହସ୍ପିଟାଲରେ ରୋଗୀସେବା ଆରମ୍ଭ ହେବ। ସୋମବାର ବିଧାନସଭାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଏହି ସୂଚନା ଦେଇଛନ୍ତି।
ଶୂନ୍ୟକାଳରେ ସ୍ବାସ୍ଥ୍ୟମନ୍ତ୍ରୀ ଏ ସଂକ୍ରାନ୍ତରେ ବିବୃତି ରଖି କହିଛନ୍ତି, ସୁନ୍ଦରଗଡ଼ ଜିଲାରେ ଏନ୍‌ଟିପିସି ସହାୟତାରେ ଏକ ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ ପାଇଁ ୨୦୧୩ରେ ରାଜ୍ୟ ସରକାର ଓ ଏନ୍‌ଟିପିସି ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର ହୋଇଥିଲା। ତଦନୁଯାୟୀ ଏନ୍‌ଟିପିସି ଏହି ମେଡିକାଲ କଲେଜ ନିର୍ମାଣ ପାଇଁ ତାହାର ସିଏସ୍‌ଆର୍‌ ପାଣ୍ଠିରୁ ୩୫୦ କୋଟି ଟଙ୍କା ବ୍ୟୟ କରିବ ଏଥିପାଇଁ ରାଜ୍ୟ ସରକାର ବିନା ମୂଲ୍ୟରେ ୨୧ ଏକର ଜମି ଯୋଗାଇ ଦେଇଛନ୍ତି।
ପଶ୍ଚିମ ଓଡ଼ିଶାର ବୁଦ୍ଧିଜୀବୀ, ନେତା, ଆଇନଜୀବୀ ଓ ସାଧାରଣ ଜନତାଙ୍କ ଦାବିକୁ ଦୃଷ୍ଟିରେ ରଖି ଏବଂ ଏହି ସ୍ଥାନରେ ସଡ଼କ ଓ ଆକାଶ ମାର୍ଗରେ ଯୋଗାଯୋଗର ସୁବିଧା, ପଡ଼ୋଶୀ ରାଜ୍ୟ ବିହାରରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ଓ ପଶ୍ଚିମ ଓଡ଼ିଶାରେ ଉନ୍ନତମାନର ରୋଗୀସେବା ପାଇଁ ମୁଖ୍ୟ ଶାସନ ସଚିବ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ୨୦୨୦ ନଭେମ୍ବର ୨୪ରେ ସୁନ୍ଦରଗଡରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ଲାଗି ଚିଠି ଲେଖି ଅନୁରୋଧ କରିଥିଲେ। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ହିସାବରେ ଚଳିତବର୍ଷ ମାର୍ଚ୍ଚରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କୁ ମଧ୍ୟ ଏସଂକ୍ରାନ୍ତରେ ସେ ନିଜେ ଅନୁରୋଧ କରିଥିବା ନବ କହିଛନ୍ତି।
ଏହି ପରିପ୍ରେକ୍ଷୀରେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ତରଫରୁ ଭୁବନେଶ୍ୱର ଏମ୍‌ସ ନିର୍ଦ୍ଦେଶିକାଙ୍କ ନେତୃତ୍ୱରେ ଏକ ୬ଜଣିଆ କେନ୍ଦ୍ରୀୟ ଟିମ୍‌ ଚଳିତବର୍ଷ ଏପ୍ରିଲରେ ସୁନ୍ଦରଗଡ ପରିଦର୍ଶନ କରିଥିଲେ। ଏହି ଟିମ୍‌ ସୁନ୍ଦରଗଡ ମେଡିକାଲ କଲେଜ ଓ ହସ୍ପିଟାଲର ଭିତ୍ତିଭୂମି ଦେଖି ସନ୍ତୋଷ ପ୍ରକାଶ କରିଥିଲେ। ଜିଲାପାଳଙ୍କ ସହିତ ଆଲୋଚନା ସମୟରେ ୨୦୦ ଏକର ଜମି ଆବଶ୍ୟକ ପଡିବ ବୋଲି କହିଥିଲେ। ରାଜ୍ୟ ସରକାର ଏହି ଜମି ଯୋଗାଇବାକୁ ପ୍ରତିଶ୍ରୁତି ଦେବା ସହିତ ଜିଲା ଖଣିଜ ପାଣ୍ଠିରୁ ଦ୍ୱିତୀୟ ଏମ୍‌ସ ନିର୍ମାଣ ପାଇଁ ଅର୍ଥ ଯୋଗାଇ ଦେବାକୁ ରାଜି ହୋଇଥିଲେ। ତେବେ ଇତିମଧ୍ୟରେ ୫ ମାସ ବିତି ଯାଇଥିଲେ ମଧ୍ୟ କେନ୍ଦ୍ର ସରକାରଙ୍କଠାରୁ ଦ୍ୱିତୀୟ ଏମ୍‌ସ ନିର୍ମାଣ ନେଇ କୌଣସି ଉତ୍ତର ମିଳୁ ନ ଥିବା ମନ୍ତ୍ରୀ କହିଛନ୍ତି। ଯଦି କେନ୍ଦ୍ର ସରକାର ସୁନ୍ଦରଗଡଠାରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ନେବେ ତେବେ ରାଜ୍ୟ ସରକାର ଏଥିପାଇଁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବେ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri