ଜନଜାତି ଛାତ୍ରୀଛାତ୍ରଙ୍କଠାରୁ ନାମ ଲେଖା ଫି’ ଆଦାୟ

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ସଭିଏଁ ପଢ଼ିବେ ସଭିଏଁ ବଢ଼ିବେ ସର୍ବଶିକ୍ଷା ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଶିକ୍ଷାର ସୁଦୂର ପ୍ରଚାର ପ୍ରସାର କ୍ଷେତ୍ରରେ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। ଯେପରି ଗ୍ରାମାଞ୍ଚଳ ହେଉ କି ସହରାଞ୍ଚଳର କୌଣସି ଛାତ୍ରୀଛାତ୍ର ପ୍ରାଥମିକ ଶିକ୍ଷାରୁ ବଞ୍ଚତ୍ତ ହେବେ ନାହିଁ। ସେଥିପାଇଁ ସରକାର ବିଦ୍ୟାଳୟ ପ୍ରବେଶ ଉତ୍ସବ ପାଳନ ଆରମ୍ଭଠାରୁ ମାଗଣାରେ ନାମଲେଖା, ପାଠ୍ୟ ପୁସ୍ତକ, ପୋଷାକ, ମଧ୍ୟାହ୍ନ ଭୋଜନ, ଯାତାୟାତ ପାଇଁ ସାଇକେଲ ଓ ମେଧା ବୃତ୍ତି ଆଦି ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ତୃଣମୂଳସ୍ତରରେ ଏହାର ଏକ ବ୍ୟତିକ୍ରମ ଦେଖିବାକୁ ମିଳୁଛି। ବିଡମ୍ବନାର ବିଷୟ ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଅନୁସୂଚିତ ଜନଜାତି ବର୍ଗର ଛାତ୍ରୀଛାତ୍ରମାନଙ୍କଠାରୁ ନାମ ଲେଖା (ରି-ଆଡ୍‌ମିଶନ) ବାବଦକୁ ନବମ, ଦଶମ ପିଲାମାନଙ୍କଠାରୁ ୩୫୦ ଟଙ୍କା ଲେଖାଏ ଅର୍ଥ ଆଦାୟ କରାଯାଉଥିବା ଅଭିଯୋଗ ଉଠିଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ମା’ ରାମଚଣ୍ଡୀ ବିଜୟାନନ୍ଦ ସରକାରୀ ଉଚ୍ଚ ବିଦ୍ୟାଳୟରେ। ଏଠାରେ ଜନଜାତି ବର୍ଗର ଛାତ୍ରୀଛାତ୍ରମାନଙ୍କଠାରୁ ନାମଲେଖା ଦେୟ ଅର୍ଥ ଆଦାୟ କରାଯାଉଥିବା ନେଇ ଅଭିଭାବକମାନେ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ଅନୁସାରେ, ବ୍ଲକ ଅଧୀନ ପେଟଚ୍ଛେଲା ପଞ୍ଚାୟତର ଲୁଣି ମାଠିଆ ଗ୍ରାମର ଜନଜାତି ଛାତ୍ରୀଛାତ୍ରଙ୍କ ଅଭିଭାବକମାନଙ୍କ ମଧ୍ୟରେ ସୁମିତ୍ରା ମୁର୍ମୁ ଓ ଗଜେନ୍ଦ୍ର ଚୋପିଆର୍‌ଙ୍କ କହିବା କଥା ଆମେ ଦିନମଜୁରିଆ, ମଜୁରି ଲାଗିଲେ ଘରେ ଚୁଲି ଜଳେ। ସରକାର ଆମମାନଙ୍କ ପାଇଁ ସମ୍ପୂର୍ଣ୍ଣ ମାଗଣାରେ ପାଠ ପଢ଼ିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି। କିନ୍ତୁ ସରକାରୀ ବିଦ୍ୟାଳୟର କର୍ତ୍ତୃପକ୍ଷ ଆମ ପିଲାଙ୍କୁ ରି-ଆଡ୍‌ମିଶନ କରିବା ପାଇଁ ୩୫୦ ଟଙ୍କା ମାଗିବାରୁ ଆମ୍ଭେ ଋଣ ଆଣି ଦେଇଛୁ ବୋଲି ସୁମିତ୍ରା ମୁର୍ମୁ କହିଛନ୍ତି। ଅପରପକ୍ଷରେ ଏହି ଗ୍ରାମର ନବମ ଶ୍ରେଣୀ ଛାତ୍ରୀ ଲକ୍ଷ୍ମୀ ମାଝି, ପୂଜା ମାଝି, ଲକ୍ଷ୍ମୀ ମୁର୍ମୁ, ଶୁଭଙ୍କର ମୁର୍ମୁ ଓ ଦିଲୁ ମାଝିଙ୍କଠାରୁ ୩୫୦ ଟଙ୍କା ଶ୍ରେଣୀ ଶିକ୍ଷକଙ୍କ ମାଧ୍ୟମରେ ପ୍ରଧାନ ଶିକ୍ଷକ ନେଇଛନ୍ତି ବୋଲି ଅଭିଭାବକମାନେ କହିଛନ୍ତି। ଅପରପକ୍ଷରେ ଅଭାବୀ ଜନଜାତି ବର୍ଗର ଛାତ୍ରୀଛାତ୍ରମାନଙ୍କୁ ନାମ ଲେଖା ଟଙ୍କା ଦେବା ପାଇଁ ତାଗିଦ୍‌ କରିଥିଲେ ମଧ୍ୟ ଅଭାବ ଯୋଗୁ ସେମାନେ ଦେଇପାରିନାହାନ୍ତି ବୋଲି କହିଛନ୍ତି। ଏ ସଂକ୍ରାନ୍ତରେ ମା’ ରାମଚଣ୍ଡୀ ବିଜୟାନନ୍ଦ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲୀପ କୁମାର ସ୍ବାଇଁଙ୍କୁ ପଚାରିବାରେ ଜନଜାତି ଛାତ୍ରୀଛାତ୍ରମାନଙ୍କଠାରୁ ନାମ ଲେଖା ଅର୍ଥ ଆଦାୟ ହେବା ନେଇ ଅବଗତ ନାହିଁ ବୋଲି ସେ କହିଛନ୍ତି। ଅପରପକ୍ଷରେ ବ୍ଲକ ଶିକ୍ଷା ଅଧିକାରୀ ତନ୍ମୟ କୁମାର ବେହେରାଙ୍କୁ ପଚାରିବାରେ ଅଭିଯୋଗ ମିଳିଲେ ତଦନ୍ତ କରାଯାଇ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଏ ନେଇ ସମ୍ପୃକ୍ତ ବିଦ୍ୟାଳୟର ଏସ୍‌ଏମ୍‌ସି ସଭାପତି ପବିତ୍ର କୁମାର ବେହେରା ଏହି ବିଦ୍ୟାଳୟରେ ପ୍ରଥମରୁ ଦଶମ ପର୍ଯ୍ୟନ୍ତ ଏକ ହଜାରରୁ ଅଧିକ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି। ଦୁଃଖର ବିଷୟ ସରକାରଙ୍କ ଗାଇଡ୍‌ଲାଇନକୁ ଉଲ୍ଲଂଘନ କରାଯାଉଛି ବୋଲି ଅଭିଯୋଗ କରିଛନ୍ତି। ସ୍ବଚ୍ଛତା ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବା ପାଇଁ ଦାବି କରିଛନ୍ତି। ଏ ନେଇ ଲୁଣି ମାଠିଆ ଜନଜାତି ବର୍ଗର ଜନପ୍ରତିନିଧି ମଧୁ ବାସ୍କେଙ୍କ କହିବା କଥା, ଜନଜାତି ନବମ, ଦଶମ ଛାତ୍ରୀଛାତ୍ରମାନଙ୍କଠାରୁ ବିଦ୍ୟାଳୟ କର୍ତ୍ତୃପକ୍ଷ ବେଆଇନ ଭାବେ ରି-ଆଡ୍‌ମିଶନ ବାବଦକୁ ୩୫୦ ଟଙ୍କା ନେଇଛନ୍ତି ବୋଲି ଗୁରୁତର ଅଭିଯୋଗ କରିଛନ୍ତି। ନେଇଥିବା ଅର୍ଥ ଛାତ୍ରୀଛାତ୍ରମାନଙ୍କୁ ଫେରସ୍ଥ ଯଦି କରା ନ ଯାଏ ବିଦ୍ୟାଳୟ ସମ୍ମୁଖରେ ଜନଜାତି ସମାଜ ଆନ୍ଦୋଳନ କରିବ ବୋଲି ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri