Posted inକଟକ

ନାମଲେଖା ନାଁରେ ଠକେଇ: ୨ ଦଲାଲଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୪ା୮-ରାଜ୍ୟର ଏକ ପ୍ରତିଷ୍ଠିତ ସରକାରୀ ବିଶ୍ୱବିଦ୍ୟାଳୟରେ ନାମ ଲେଖାଇଦେବାର ପ୍ରଲୋଭନ ଦେଖାଇ ଜଣେ ବିଦ୍ୟାର୍ଥୀଙ୍କୁ ଠକିଥିବା ୨ ଜଣ ଦଲାଲ ଗିରଫ ହୋଇଛନ୍ତି। ଏହି ଘଟଣା ମର୍କତନଗର ଥାନା ଅଞ୍ଚଳରେ ଘଟିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳର ସନ୍ଦୀପ ମିଶ୍ର (୨୬) ଓ ଓଲ୍ଡ ଟାଉନ ଅଞ୍ଚଳର ସୁଜିତ ରାଉତରାୟ (୨୯)।
ସୂଚନା ଅନୁଯାୟୀ, ମର୍କତନଗର ସେକ୍ଟର-୯ ଅଞ୍ଚଳର ଜଣେ ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଆବେଦନ କରିଥିଲେ। କିଛି ଦିନ ତଳେ ଅଭିଯୁକ୍ତ ଦ୍ୱୟ ତାଙ୍କୁ ଯୋଗାଯୋଗ କରିଥିଲେ। ୧ଲକ୍ଷ ଟଙ୍କା ଦେଲେ ନାମଲେଖା ହୋଇଯିବ ବୋଲି ସେମାନେ ବିଦ୍ୟାର୍ଥୀ ଜଣଙ୍କୁ କହିବା ପରେ ୪୦ ହଜାର ଟଙ୍କାର ଚେକ୍‌ ଓ ନଗଦ ୬୦ ହଜାର ଟଙ୍କା ନେଇଥିଲେ। ବିଦ୍ୟାର୍ଥୀ ଜଣଙ୍କ ବାରମ୍ବାର ଫୋନ କରି ନାମଲେଖା ପ୍ରକ୍ରିୟା ସମ୍ପର୍କରେ ବୁଝାସୁଝା କରିଥିଲେ ମଧ୍ୟ ଅଭିଯୁକ୍ତ ଦ୍ୱୟ ଧରାଛୁଆଁ ଦେଇ ନ ଥିଲେ। ପରେ ମୋବାଇଲ ଅଫ୍‌ କରି ଦେଇଥିଲେ। ଏ ନେଇ ବିଦ୍ୟାର୍ଥୀ ଜଣଙ୍କ ମର୍କତନଗର ଥାନାରେ ଏତଲା ଦେବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। କେସ୍‌ ନଂ-୧୪୩, ଆଇପିସି ଧାରା ୪୧୯/୪୨୦/୪୬୭/୪୬୮/୩୪ ଅନୁଯାୟୀ ଉଭୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri