ଚଳିତବର୍ଷରୁ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏପିଏଚ୍‌ଡିରେ ନାମଲେଖା

ଭୁବନେଶ୍ୱର,୪ା୭(ଅନୁରାଧା ମହାରଣା): ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଚଳିତ ୨୦୨୩-୨୪ ଶିକ୍ଷାବର୍ଷଠାରୁ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏପିଏଚ୍‌ଡିରେ ନାମଲେଖା ଅନୁଷ୍ଠିତ ହେବ। ଓଡ଼ିଆ ଭାଷା ଓ ସାହିତ୍ୟ, ଭାଷା ବିଜ୍ଞାନ ଏବଂ ପ୍ରାକୃତିକ ଭାଷା ପ୍ରକ୍ରିୟାକରଣ ଏବଂ ଆଞ୍ଚଳିକ ଏବଂ ଜନଜାତି ଭାଷା ଓ ଐତିହ୍ୟ ଅଧ୍ୟୟନ ଆଦି ୩ଟି ବିଷୟରେ ଏହି ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଏଥିରେ ନାମଲେଖାଇବା ପାଇଁ ଅଗଷ୍ଟ ୧୩ରେ ସ୍ବତନ୍ତ୍ର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଜୁଲାଇ ୮ରୁ ୧୫ ତାରିଖ ଯାଏ ଆବେଦନ ଚାଲିବ। ଆବେଦନକାରୀଙ୍କ ତଥ୍ୟ ୧୮ ଜୁଲାଇରେ ରାଜ୍ୟ ଚୟନ ବୋର୍ଡ(ଏସ୍‌ଏସ୍‌ବି)କୁ ପଠାଯିବ। ଅଗଷ୍ଟ ୭ରେ https://ssbodisha.ac.inରେ ଲଗଇନ୍‌ କରି ଏସ୍‌ଏସ୍‌ବି ଓ୍ବେବସାଇଟ୍‌ କିମ୍ବା ସାମ୍‌ସ ଓ୍ବେବ୍‌ସାଇଟ୍‌ରୁ ଆବେଦନକାରୀ ଆଡମିଟ୍‌ କାର୍ଡ ବା ହଲ ଟିକେଟ୍‌ ଡାଉନ୍‌ଲୋଡ କରିପାରିବେ। ଅଗଷ୍ଟ ୧୩ରେ ଭୁବନେଶ୍ୱର, ବାଲେଶ୍ୱର, ବ୍ରହ୍ମପୁର ଓ ସମ୍ବଲପୁର ଆଦି ୪ଟି ଜୋନ୍‌ରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏସ୍‌ଏସ୍‌ବି ଅଗଷ୍ଟ ୧୮ରେ ପରୀକ୍ଷା ଫଳ ଓକାକକୁ ହସ୍ତାନ୍ତର କରିବେ। ଅଗଷ୍ଟ ୨୩ ଅପରାହ୍ନ ୨ଟାରେ ବିଷୟ ଆଧାରରେ ମେଧା ତାଲିକା ପ୍ରକାଶ ପାଇବ। ୨୬ରେ ସିଟ୍‌ ଆବଣ୍ଟନ ନେଇ ପ୍ରୋଭିଜନାଲ ତାଲିକା ପ୍ରକାଶ ପାଇବ। ୨୮ ତାରିଖରେ ନାମଲେଖା ଅନୁଷ୍ଠିତ ହେବା ପରେ ଏ ସମ୍ପର୍କିତ ସମସ୍ତ ତଥ୍ୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଇ-ସ୍ପେସରେ ଦାଖଲ କରାଯିବ। ତେବେ ପରୀକ୍ଷା ସମ୍ବନ୍ଧୀୟ କୌଣସି ସୂଚନା ପାଇବା ପାଇଁ ବିଭାଗ ପକ୍ଷରୁ ଟୋଲ୍‌ ଫ୍ରି ନଂ.୧୫୫୩୩୫ ଓ ୧୮୦୦-୩୪୫-୬୭୭୦ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri