ଜେଏନ୍‌ଭିରେ ଯୁକ୍ତ ୨ ବିଜ୍ଞାନରେ ହୋଇପାରୁନି ନାମଲେଖା

ଅନୁଗୋଳ ଅଫିସ, ୧୧ା୯: ଅନୁଗୋଳ ଚମ୍ପତ୍ତିମୁଣ୍ଡାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ (ଜେଏନ୍‌ଭି)ରେ ଏକାଦଶ (ଯୁକ୍ତ୨ର ପ୍ରଥମ ବର୍ଷ)ରେ ନାମ ଲେଖାକୁ ନେଇ ଅଡ଼ୁଆରେ ପଡ଼ିଛନ୍ତି ୨୦ ଜଣ ଛାତ୍ରୀଛାତ୍ର। ଶେଷ ମୁହୂର୍ତ୍ତରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବିଜ୍ଞାନରେ ନାମ ଲେଖାଇ ହେବ ନାହିଁ ବୋଲି କହିବାରୁ ଛାତ୍ରୀଛାତ୍ର ଓ ଅଭିଭାବକମାନେ ଚିନ୍ତାରେ ପଡ଼ିଛନ୍ତି। ଅନ୍ୟ କଲେଜରେ ନାମ ଲେଖା ତାରିଖ ଶେଷ ହୋଇଯାଇଥିବାରୁ ସେମାନଙ୍କ ଭବିଷ୍ୟତ ଏବେ କ’ଣ ହେବ, ତାହା ସନ୍ଦେହରେ। ଏ ନେଇ ଛାତ୍ରୀଛାତ୍ର ଓ ଅଭିଭାବକମାନେ ଅନୁଗୋଳ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି।
ଅଭିଯୋଗ ଅନୁଯାୟୀ, ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ସରାଙ୍ଗ ଜେଏନ୍‌ଭିରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ଏହି ୨୦ ଛାତ୍ରୀଛାତ୍ରଙ୍କ ନାମ ଲେଖା ହୋଇପାରୁ ନାହିଁ। ମେଧାବୀ ଛାତ୍ରୀଛାତ୍ରମାନେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ୮୫ରୁ ୯୦ ପ୍ରତିଶତ ମାର୍କ ରଖିଥିଲେ ମଧ୍ୟ ସରାଙ୍ଗ ଜେଏନ୍‌ଭିରେ ଥିବା ୪୦ଟି ସିଟ୍‌ରେ ସେମାନଙ୍କ ମେରିଟ୍‌ ଆସିଲା ନାହିଁ। ଫଳରେ ସେମାନେ ଅନୁଗୋଳ ଚମ୍ପତ୍ତିମୁଣ୍ଡା ଜେଏନ୍‌ଭିରେ ଯୁକ୍ତ ୨ ବିଜ୍ଞାନରେ ନାମ ଲେଖାଇଥିଲେ। ପୂର୍ବରୁ ଚମ୍ପତ୍ତିମୁଣ୍ଡା ଜେଏନ୍‌ଭିରେ ୪୦ଟି ସିଟ୍‌ ଥିବାବେଳେ ଚଳିତବର୍ଷ ୨୦ଟି ସିଟ୍‌ ବୃଦ୍ଧି କରାଯାଇଥିବା କୁହାଯାଇଥିଲା। କିନ୍ତୁ ଗତ ୬ ତାରିଖରେ ଚମ୍ପତ୍ତିମୁଣ୍ଡା ଜେଏନ୍‌ଭି କର୍ତ୍ତୃପକ୍ଷ ବିଜ୍ଞାନ ପାଠ୍ୟକ୍ରମରେ ଏହି ଛାତ୍ରୀଛାତ୍ରମାନେ ପଢ଼ିପାରିବେ ନାହିଁ ବୋଲି କହିଥିଲେ। ସରକାର ବଢ଼ାଇବାକୁ ଥିବା ୨୦ଟି ସିଟ୍‌ ବୃଦ୍ଧି କରି ନ ଥିବାରୁ ଆଡମିଶନ କରିଥିବା ଏହି ଛାତ୍ରୀଛାତ୍ରମାନେ ପଢ଼ିପାରିବେ ନାହିଁ। ଯଦି ପଢ଼ିବେ କଳା ଓ ବାଣିଜ୍ୟରେ ଆଡମିଶନ କରିବେ। ନଚେତ୍‌ ଟିସି ନେଇ ଅନ୍ୟତ୍ର ଯିବେ ବୋଲି ବିଦ୍ୟାଳୟ କର୍ତ୍ତୃପକ୍ଷ କହିଥିଲେ। ଏଭଳି ଶୁଣିବା ପରେ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମୁଣ୍ଡରେ ଚଡ଼କ ପଡ଼ିଥିଲା। ଅନ୍ୟପକ୍ଷରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଦ୍ୟାଳୟରେ ନାମଲେଖା ପାଇଁ ଶେଷ ତାରିଖ ଗତ ୫ ତାରିଖ ଥିଲା। ତେଣୁ ଏହି ୨୦ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ କ’ଣ ହେବ ତାହାକୁ ନେଇ ଅଭିଭାବକମାନେ ଚିନ୍ତିତ ହୋଇପଡ଼ିଛନ୍ତି। ଆର୍ଥିକ କ୍ଷେତ୍ରରେ ସେମାନେ ସ୍ବଚ୍ଛଳ ନ ଥିବାରୁ ଘରୋଇ କଲେଜରେ ପଢ଼ାଇବା ସମ୍ଭବ ନୁହେଁ ବୋଲି ସେମାନେ କହିଛନ୍ତି। ତେଣୁ ସମସ୍ତ କଲେଜରେ ଆବେଦନ ତାରିଖ ଶେଷ ହୋଇଯାଇଥିବାରୁ ଚମ୍ପତ୍ତିମୁଣ୍ଡା ଜେଏନ୍‌ଭିରେ ୨୦ଟି ସିଟ୍‌ ବୃଦ୍ଧି କରିବାକୁ ଛାତ୍ରୀଛାତ୍ର ଓ ଅଭିଭାବମାନେ ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିବା ସହ ଏହାର ନକଲ ପ୍ରଧାନମନ୍ତ୍ରୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ଚମ୍ପତ୍ତିମୁଣ୍ଡା ଜେଏନ୍‌ଭି କର୍ତ୍ତୃପକ୍ଷଙ୍କୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri